www.samajalive.in
Saturday, December 6, 2025
16.1 C
Bhubaneswar

ଟ୍ରକ୍‌ ଧକ୍କାରେ ଚାଲିଗଲା ୩ ବାଇକ୍ ଆରୋହୀଙ୍କ ଜୀବନ

ସୁନ୍ଦରଗଡ: ବାଇକକୁ ପଛ ପଟୁ ଧକ୍କା ଦେଲା ଟ୍ରକ୍ , ଚାଲିଗଲା ୩ ଜଣଙ୍କ ଜୀବନ। ସୁନ୍ଦରଗଡ ଜିଲ୍ଲା ଭସ୍ମା ଥାନା ଦର୍ଲିପାଲି ଏନଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।  ଟ୍ରକ ଧକ୍କାରେ ୩ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଗୁରୁବାର ବିଳମ୍ବିତ ରାତିରେ ୩ଜଣ ଯୁବକ ଆସୁଥିବାବେଳେ ଏନଟିପିସି ନିକଟରେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣ ଯୁବକଙ୍କର ମୃତ୍ୟୁ ଘଟିଥିଲା। ଜଣେ ଯୁବକଙ୍କୁ ଗୁରୁତର ଅବସ୍ଥାରେ ସୁନ୍ଦରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ୩ ମୃତକ ଦର୍ଲିପାଲି ଗାଁର ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଗାଁ ଲୋକ ରାସ୍ତା ଅବରୋଧ କରିଥିବାବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories