www.samajalive.in
Saturday, December 6, 2025
26.1 C
Bhubaneswar

ଫୁଟବଲରୁ ସନ୍ନ୍ୟାସ ନେବେ ସୁନୀଲ ଛେତ୍ରି, ଏହି ଦିନ ଗ୍ରହଣ କରିବେ ଅବସର

ନୂଆଦିଲ୍ଲୀ: ଭାରତର ଫୁଟବଲ ଆଇକନ୍‌ ସୁନୀଲ ଛେତ୍ରି ଖୁବଶୀଘ୍ର ଅବସର ଗ୍ରହଣ କରିବେ। ଏ ନେଇ ସେ ଗୁରୁବାର ଘୋଷଣା କରିଛନ୍ତି। କୁଏତ ବିରୋଧରେ ଜୁନ ୬ରେ ହେବାକୁ ଥିବା ଭାରତର ଫିଫା ବିଶ୍ଵକପ୍‌ ଯୋଗ୍ୟତା ମ୍ୟାଚ ପରେ ସୁନୀଲ ଅନ୍ତର୍ଜାତୀୟ ଫୁଟବଲରୁ ସନ୍ନ୍ୟାସ ନେବେ ବୋଲି କହିଛନ୍ତି। ଏହା ତାଙ୍କର ଶେଷ ମ୍ୟାଚ ହେବ।

ଭାରତୀୟ ଦଳର ଅଧିନାୟକ ଥିବା ସୁନୀଲ ଅବସର ଗ୍ରହଣ ସଂକ୍ରାନ୍ତରେ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ଭିଡିଓ ପୋଷ୍ଟ କରି ସୂଚନା ଦେଇଛନ୍ତି। ୪୦ ବର୍ଷୀୟ ଏହି ଖେଳାଳି ୨୦୦୫ ଜୁନ ୧୨ରେ ପାକିସ୍ତାନ ବିପକ୍ଷ ମ୍ୟାଚରେ ଅନ୍ତର୍ଜାତୀୟ ପଦାର୍ପଣ କରିଥିଲେ। ଏହା ସହିତ ଭାରତ ପାଇଁ ସେ ତାଙ୍କର ପ୍ରଥମ ଗୋଲ୍‌ ଏହି ମ୍ୟାଚରେ ସ୍କୋର କରିଥିଲେ। ବର୍ତ୍ତମାନର ଖେଳାଳିମାନଙ୍କ ମଧ୍ୟରେ ସୁନୀଲ ସର୍ବାଧିକ ଗୋଲ ସ୍କୋରରଙ୍କ ଭିତରେ ୩ୟ ସ୍ଥାନରେ ରହିଛନ୍ତି। ପର୍ତ୍ତୁଗାଲର କିମ୍ବନ୍ଦନ୍ତୀ ଖେଳାଳି କ୍ରିଷ୍ଟିଆନୋ ରୋନାଲ୍‌ଡୋ ପ୍ରଥମ ସ୍ଥାନରେ ଥିବାବେଳେ ଆର୍ଜେଣ୍ଟିନାର କିମ୍ବନ୍ଦନ୍ତୀ ଖେଳାଳି ଲିଓନେଲ୍‌ ମେସି ୨ୟ ସ୍ଥାନରେ ରହିଛନ୍ତି।

- Advertisement -

ଭାରତୀୟ ଫୁଟବଲ ପ୍ରତି ଅବଦାନ ହେତୁ ସୁନୀଲଙ୍କୁ ୨୦୧୧ ମସିହାରେ ଅର୍ଜୁନ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ସେହିପରି ୨୦୧୯ରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଇଥିଲା। ୨୦୦୮ ଏଏଫସି ଚାଲେଞ୍ଜ କପ୍‌, ୨୦୧୧ ଏବଂ ୨୦୧୫ର ସାଫ୍‌ ଚାମ୍ପିଅନଶିପ୍‌, ୨୦୦୭, ୨୦୦୯ ଏବଂ ୨୦୧୨ରେ ଅନୁଷ୍ଠିତ ନେହେରୁ କପ୍‌, ୨୦୧୭ ଓ ୨୦୧୮ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ରେ ଭାରତ ଟାଇଟଲ ହାସଲ କରିଥିବାବେଳେ ସୁନୀଲ ଭାରତୀୟ ଦଳରେ ସାମିଲ ଥିଲେ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories