www.samajalive.in
Friday, December 5, 2025
20.1 C
Bhubaneswar

ସୁନୀତି ମୁଣ୍ଡଙ୍କୁ ପାର୍ଟି ଅଫିସରୁ ଧକ୍କା ମାରି ତଡ଼ିଲେ ମହିଳା କର୍ମୀ

ସମାଜ ଡିଜିଟାଲ ଡେସ୍କ: ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମଙ୍ଗଳବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ବିଜେପିର ଭୁବନେଶ୍ଵର ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡଙ୍କୁ ଧକ୍କା ମାରି ଦଳୀୟ କାର୍ଯ୍ୟାଳୟରୁ ତଡ଼ି ଦେଇଛନ୍ତି ବିଜେପି ମହିଳା କର୍ମୀ। ନିଲମ୍ବିତ ହେବା ପରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଭେଟିବାକୁ ଆସିଥିବାବେଳେ ପାର୍ଟି ଅଫିସରେ ତାଙ୍କୁ ମହିଳା କର୍ମୀମାନେ ଧକ୍କା ଦେଇ ବାହାର କରିଦେଇଥିବା ଦେଖିବାକୁ ମିଳିଛି।

ସୂଚନାଯୋଗ୍ୟ, ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ଅଗଷ୍ଟ ୩୧ ତାରିଖରେ ଭୁବନେଶ୍ୱର ମହାନଗର ନିଗମର ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡଙ୍କୁ ଦଳରୁ ନିଲମ୍ବନ କରାଯାଇଥିଲା। ଏନେଇ ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଥିଲା। ସେହିପରି ପୂର୍ବତନ ଖୋର୍ଦ୍ଧା ଜିଲା ସଭାପତି ନିକୁଞ୍ଜ ପଟ୍ଟନାୟକ, ଜିଲା ସଂପାଦକ  ବିଦ୍ୟୁତ କାଣ୍ଡି, ଖୋର୍ଦ୍ଧା ଜିଲା କୃଷକ ମୋର୍ଚ୍ଚା ସଭାପତି ତାପସ ଜେନା, ଅନୁସୁଚିତ ଜାତି ମୋର୍ଚ୍ଚା ଖୋର୍ଦ୍ଧା ଜିଲା ସଭାପତି ଶିବ ମଲ୍ଲିକ ଏବଂ କାର୍ଯ୍ୟକର୍ତ୍ତା ଧନେଶ୍ୱର ବାରିକଙ୍କୁ ଦଳରୁ ନିଲମ୍ବନ କରାଯାଇଥିଲା।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories