www.samajalive.in
Saturday, December 6, 2025
26.1 C
Bhubaneswar

ପରଦାକୁ ଆସିଲା ହ୍ରିତିକ୍‍ଙ୍କ ‘ସୁପର ୩୦’

ମୁମ୍ବଇ : ହ୍ରିତିକ୍‍ ରୋଶନଙ୍କ ଅଭିନୀତ ଚଳଚ୍ଚିତ୍ର ‘ସୁପର ୩୦’ ଶୁକ୍ରବାର(୧୨ ଜୁଲାଇ) ମୁକ୍ତିଲାଭ କରିଛି। ଚଳଚ୍ଚିତ୍ର ଦର୍ଶକଙ୍କୁ ଖୁବ୍‍ ପସନ୍ଦ ଆସୁଥିବା ଜଣାପଡ଼ିଛି। ସାମାଜିକ ଗଣମାଧ୍ୟମରେ ମଧ୍ୟ ଚଳଚ୍ଚିତ୍ର ଓ ହ୍ରିତିକଙ୍କ ଅଭିନୟର ବହୁତ ପ୍ରଶଂସା କରାଯାଉଥିବା ଦେଖିବାକୁ ମିଳିଛି। ପ୍ରାୟ ୨.୫ ବର୍ଷ ପରେ ହ୍ରିତିକ୍‍ ‘ସୁପର ୩୦’ ଜରିଆରେ ବଡ଼ ପରଦାକୁ ଫେରିଛନ୍ତି। ଚଳଚ୍ଚିତ୍ର ସମୀକ୍ଷକଙ୍କ ମତାନୁସାରେ, ଚଳଚ୍ଚିତ୍ର ମୁକ୍ତିଲାଭର ପ୍ରଥମ ଦିନରେ ୧୨-୧୪ କୋଟି ଟଙ୍କାର ବ୍ୟବସାୟ କରିପାରେ। ଚଳଚ୍ଚିତ୍ରର ବଜେଟ୍‍ ପ୍ରାୟ ୮୫ କୋଟି ରହିିଛି। ଏହାକୁ ସାରା ଦେଶରେ ୩୦୦୦ରୁ ଅଧିକ ପରଦାରେ ମୁକ୍ତିଲାଭ କରାଯାଇଛି।
ଉଲ୍ଲେଖଯୋଗ୍ୟ,‘ସୁପର ୩୦’ ଗଣିତଜ୍ଞ ଆନନ୍ଦ କୁମାରଙ୍କ ଜୀବନ କାହାଣୀ ଉପରେ ଆଧାରିତ। ବିକାଶ ବହଲଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ରରେ ହ୍ରିତିକ୍‍ଙ୍କ ବ୍ୟତୀତ ମୃଣାଳ ଠାକୁର, ପଙ୍କଜ ତ୍ରିପାଠୀ ଓ ଅମିତ ସାଧ ପ୍ରମୁଖ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି।

Hot this week

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

Related Articles

Popular Categories