www.samajalive.in
Saturday, December 6, 2025
15.1 C
Bhubaneswar

ଆଜିଠୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା: ୮୩ଟି କେନ୍ଦ୍ରରେ ପରୀକ୍ଷା ଦେବେ ୯୭୨ ଛାତ୍ରଛାତ୍ରୀ

ଭୁବନେଶ୍ଵର: ଆଜିଠୁ ରାଜ୍ୟରେ ଆରମ୍ଭ ହେଉଛି ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା। ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ବା ମାଟ୍ରିକ୍ ପରୀକ୍ଷାରେ ଅକୃତକାର୍ଯ୍ୟ ଏବଂ ଅନୁପସ୍ଥିତ ରହିଥିବା ପରୀକ୍ଷାର୍ଥୀ ମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ । ଗଣିତ ବ୍ୟତୀତ ପ୍ରତ୍ୟେକ ବିଷୟର ପରୀକ୍ଷା ପୂର୍ବାହ୍ନ ୯ଟାଠାରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ହେବ। ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବା ନିମନ୍ତେ ୯୭୨ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି। ରାଜ୍ୟରେ ୮୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ପାଇଁ ମୋଟ୍ ୧୨୧ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ୨୪ ହଜାର ୫୨୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories