www.samajalive.in
Tuesday, December 9, 2025
26.1 C
Bhubaneswar

୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବିଧାନସଭାରେ ଅତିରିକ୍ତ ବଜେଟ୍ ଉପସ୍ଥାପିତ ହୋଇଯାଇଛି । ୧୨ ହଜାର ୧୫୬ କୋଟି ଟଙ୍କାର କାମଚଳା ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବଜେଟରେ  ‘ସୁଭଦ୍ରା’ ଯୋଜନା ପାଇଁ ୧୧୯୬ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି । ସେହିଭଳି ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ ହୋଇଛି । ଏଥିରେ ରତ୍ନଭଣ୍ଡାର ମରାମତି ଓ ରକ୍ଷଣାବେକ୍ଷଣ କରିବା ବ୍ୟବସ୍ଥା କରାଯିବ ।

ସିଏପିଏଫ୍ ମୁତୟନ ପାଇଁ ୨୯୯ କୋଟି ଟଙ୍କା ବ୍ୟୟବରାଦ ହୋଇଥିବାବେଳେ ପୁଲିସ ଷ୍ଟେସନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି ଟଙ୍କା ଖର୍ଚ୍ଚ ହେବ । ଅଗ୍ନିଶମ ସେବାର ଆଧୁନୀକିକରଣ ଓ ସମ୍ପ୍ରସାରଣ ପାଇଁ ୧୨୦ କୋଟି ଟଙ୍କା ଅଟକଳ ହୋଇଛି । ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ୍ ପାଇଁ ୬୬ କୋଟି ଟଙ୍କା ଖର୍ଚ୍ଚ ହେବ । ମଧୁବାବୁ ପେନସନ୍ ଯୋଜନାରେ ୩୩୮ କୋଟି ଟଙ୍କାର ବ୍ୟବସ୍ଥା ହୋଇଥିବାବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ବଜେଟରେ ୬୪୪ କୋଟି ଟଙ୍କା ବ୍ୟୟ ଅଟକଳ ହୋଇଛି ।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

Related Articles

Popular Categories