www.samajalive.in
Thursday, December 11, 2025
23.1 C
Bhubaneswar

ଯୋଗାଣ ସହାୟକଙ୍କ ଆନ୍ଦୋଳନ ଚେତାବନୀ

ଗୁଣୁପୁର :  ରାଜ୍ୟର ସମସ୍ତ ଜିଲ୍ଲାର ବିଭିନ୍ନ ଗ୍ରାମ ପଞ୍ଚାୟତରେ କାର୍ଯ୍ୟରତ ଯୋଗାଣ ସହାୟକ ମାନେ ନିଜର ହକ ପାଇଁ ରାଜରାସ୍ତାକୁ ଆସି ଆନ୍ଦୋଳନ କରିବାକୁ ସଜବାଜ ହେଉଥିବା ସୂଚନା ମିଳିଛି। ପିଡ଼ିଏସ ବଣ୍ଟନ ବ୍ୟବସ୍ଥା ପାଇଁ ସରକାରଙ୍କ ପଞ୍ଚାୟତରଜ ବିଭାଗ ପକ୍ଷରୁ ପ୍ରତ୍ୟେକ ପଞ୍ଚାୟତରେ ଗତ ୨୦୧୩ ରୁ ଯୋଗାଣ ସହାୟକଙ୍କ ନିଯୁକ୍ତ କରାଯାଇଛି। ସେମାନଙ୍କ ବିଭିନ୍ନ ଦାବି ସମ୍ପର୍କରେ ସରକାର କୌଣସି ପଦକ୍ଷେପ ନେଉ ନଥିବାରୁ ଅସନ୍ତୋଷ ଦେଖାଦେଇଛି। ପ୍ରମୁଖ ଦାବି ଗୁଡିକ ମଧ୍ୟରେ ମାସିକ ପାରିଶ୍ରମିକ ୨୫ହଜାର ଟଙ୍କା, ପଞ୍ଚାୟତରାଜ ବ୍ୟବସ୍ଥାରୁ ଅଲଗା ହୋଇ ଯୋଗାଣ ବିଭାଗରେ ସାମିଲ, ମୃତ୍ୟୁକାଳୀନ ସହାୟତା ଯୋଗାଇ ଦେବା, ପିଡ଼ିଏସ ଲାଇସେନ୍ସ ପ୍ରଦାନ ପ୍ରଭୃତି ଦାବି ରହିଛି। ଏନେଇ ଏକ ସ୍ମାରକପତ୍ର ବିଭାଗୀୟ ସଚିବଙ୍କୁ ବିଡ଼ିଓଙ୍କ ଜରିଆରେ ପ୍ରଦାନ କରାଯାଇଛି। ସରକାର ଯଦି କୌଣସି ଠୋସ ପଦକ୍ଷେପ ଗ୍ରହଣ ନ କରନ୍ତି ତେବେ ସୁନିଶ୍ଚିତ ଆନ୍ଦୋଳନ ଆରମ୍ଭ କରାଯିବ ବୋଲି ସଂଘ ପକ୍ଷରୁ କୁହାଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

Related Articles

Popular Categories