www.samajalive.in
Sunday, December 14, 2025
26.1 C
Bhubaneswar

ଭିଡ଼ ହିଂସା: କେନ୍ଦ୍ର ଓ ୧୦ ରାଜ୍ୟକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦେଶରେ ଭିଡ ହିଂସା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁଣି ଗାରେଡ଼ି ଅଥବା ଚୋରି ସନ୍ଦେହରେ ନିରୀହ ଲୋକଙ୍କୁ ପିଟି ପିଟି ମାରି ଦିଆଯାଉଛି। ଏହାକୁ ନେଇ ସୁପ୍ରିମକୋର୍ଟ କେନ୍ଦ୍ର ସରକାର ଏବଂ ୧୦ଟି ରାଜ୍ୟକୁ ନୋଟିସ ଜାରି କରି ଜବାବ ମାଗିଛନ୍ତି। ଭିଡ଼ ହିଂସା ରୋକିବା ଲାଗି କ’ଣ ପଦକ୍ଷେପ ନିଆଯାଇଛି ତାହା ଜଣାଇବାକୁ ସୁପ୍ରିମକୋର୍ଟ ନିର୍ଦେଶ ଦେଇଛନ୍ତି।

ସୂଚନା ମୁତାବକ, ଗତବର୍ଷ ଶୁଣାଣି ସମୟରେ ସୁପ୍ରିମକୋର୍ଟ ଭିଡ ହିଂସା ରୋକିବା ଲାଗି ୧୧ଟି ପ୍ରସ୍ତାବ ପାଳନ କରିବାକୁ ସୁପାରିସ୍‌ କରିଥିଲେ। କିନ୍ତୁ ସେସବୁ କାର୍ଯ୍ୟକାରୀ କରାଯାଉ ନ ଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ ସାନି ପିଟିଶନ ଦାଖଲ ହୋଇଛି। ଏହା ଉପରେ ଶୁକ୍ରବାର ଶୁଣାଣି କରି ସୁପ୍ରିମକୋର୍ଟ କେନ୍ଦ୍ର ଏବଂ ୧୦ ରାଜ୍ୟକୁ ରିପୋର୍ଟ ତଲବ କରିଛନ୍ତି। ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କେନ୍ଦ୍ର ସରକାର, ଜାତୀୟ ମାନବାଧିକାର କମିଶନ ଏବଂ ଉତ୍ତର ପ୍ରଦେଶ, ଆନ୍ଧ୍ରପ୍ରଦେଶ, ଦିଲ୍ଲୀ, ରାଜସ୍ଥାନ ସମେତ ୧୦ ରାଜ୍ୟକୁ ନୋଟିସ ଜାରି କରିଛନ୍ତି। ସୂଚନାଯୋଗ୍ୟ, ସୁପ୍ରିମକୋର୍ଟ ତାଙ୍କ ୧୧ଟି ପ୍ରସ୍ତାବ ମଧ୍ୟରେ ଗୋଟିଏ ପ୍ରସ୍ତାବରେ ଭିଡ଼ ହିଂସା ରୋକିବା ଲାଗି ଆଇନ ଲାଗୁ କରିବାକୁ ପରାମର୍ଶ ଦେଇଥିଲେ।

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories