www.samajalive.in
Saturday, December 6, 2025
14.1 C
Bhubaneswar

ସୁପ୍ରିମକୋର୍ଟର ଦୁଇ ନୂଆ ବିଚାରପତିଙ୍କ ଶପଥ ଆଜି

ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ ଆଜି ଜଷ୍ଟିସ୍ ନୋଙ୍ଗମେଇକାପମ୍ କୋଟିଶ୍ୱର ସିଂହ ଏବଂ ଜଷ୍ଟିସ୍ ଆର୍ ମହାଦେବନଙ୍କୁ ସୁପ୍ରିମକୋର୍ଟର ବିଚାରପତି ଭାବେ ଶପଥ ପାଠ କରାଇବେ। ଗତ ମଙ୍ଗଳବାର ସେମାନଙ୍କ ନିଯୁକ୍ତିକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କରିଥିଲେ। ଏହି ନିଯୁକ୍ତି ଦ୍ୱାରା ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ଙ୍କ ସମେତ ସର୍ବୋଚ୍ଚ ନ୍ୟାୟାଳୟରେ ୩୪ ଜଣ ବିଚାରପତି ରହିବେ। ସୁପ୍ରିମକୋର୍ଟ କଲେଜିୟମ୍ ଜମ୍ମୁ-କଶ୍ମୀର ଏବଂ ଲଦାଖ ହାଇକୋର୍ଟର ମୁଖ୍ୟ ବିଚାରପତି ନୋଙ୍ଗମେଇକାପମ୍ କୋଟିଶ୍ୱର ସିଂହ ଏବଂ ମାଡ୍ରାସ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ଆର ମହାଦେବନଙ୍କୁ ସର୍ବୋଚ୍ଚ ନ୍ୟାୟାଳୟରେ ପଦୋନ୍ନତି ପାଇଁ ସୁପାରିସ କରିଥିଲେ। ଜଷ୍ଟିସ୍ ସିଂହ ହେଉଛନ୍ତି ମଣିପୁର ରାଜ୍ୟର ପ୍ରଥମ ବିଚାରପତି ଯିଏ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତ ହେବେ। ସୁପ୍ରିମକୋର୍ଟରେ ଦୁଇଟି ପଦବୀ ଖାଲି ପଡ଼ିଥିବାରୁ ଏହି ଦୁଇ ବିଚାରପତିଙ୍କୁ ପଦୋନ୍ନତି ପାଇଁ ସୁପାରିସ କରାଯାଇଥିଲା। ଜଷ୍ଟିସ୍ ଅନିରୁଦ୍ଧ ବୋଷ ୨୦୨୪ ଏପ୍ରିଲ ୧୦ରେ ଅବସର ଗ୍ରହଣ କରିଥିବା ବେଳେ ଜଷ୍ଟିସ୍ ଏଏସ୍ ବୋପାନ୍ନା ୨୦୨୪ ମେ’ ୧୯ରେ ଅବସର ଗ୍ରହଣ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories