www.samajalive.in
Friday, December 5, 2025
26.1 C
Bhubaneswar

‘ପିଏମ୍‍ ନରେନ୍ଦ୍ର ମୋଦୀ’ ମୁକ୍ତିଲାଭ ମାମଲା : ଚଳଚ୍ଚିତ୍ର ଦେଖି ଚୁଡ଼ାନ୍ତ ନିଷ୍ପତ୍ତି ନେବାକୁ ନିର୍ବାଚନ ଆୟୋଗଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ : ‘ପିଏମ୍‍ ନରେନ୍ଦ୍ର ମୋଦୀ’ ଚଳଚ୍ଚିତ୍ର ମୁକ୍ତିଲାଭ ମାମଲାରେ ଚୁଡ଼ାନ୍ତ ନିଷ୍ପତ୍ତି ନେବାକୁ ସୋମବାର ସୁପ୍ରିମ କୋର୍ଟ ନିିର୍ବାଚନ ଆୟୋଗଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଚଳଚ୍ଚିତ୍ରକୁ ସମ୍ପୂର୍ଣ୍ଣ ଦେଖିବା ପରେ ଏହାର ମୁକ୍ତିଲାଭରେ ସ୍ଥଗିତାଦେଶ ଜାରି କରାଯିବ କି ନାହିଁ ତା’ର ନିଷ୍ପତ୍ତି ନେବାକୁ କୁହାଯାଇଛି। ସୁପ୍ରିମକୋର୍ଟ ଏଥିପାଇଁ ନିର୍ବାଚନ ଆୟୋଗଙ୍କୁ ୨୨ ଏପ୍ରିଲ ପର୍ଯ୍ୟନ୍ତ ସମୟ ଦେଇଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ ଲୋକସଭା ନିର୍ବାଚନ ସମୟରେ ଚଳଚ୍ଚିତ୍ରର ମୁକ୍ତିଲାଭକୁ ନେଇ ଅନେକ ରାଜନୈତିକ ଦଳ ଅସନ୍ତୋଷ ପ୍ରକାଶ କରିଥିଲେ। ଚଳଚ୍ଚିତ୍ର ନିର୍ବାଚନ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରୁଥିବା ଅଭିଯୋଗ କରି ମୁକ୍ତିଲାଭ ଉପରେ କଟକଣା ଲଗାଇବାକୁ ସେମାନେ ଦାବି କରିଥିଲେ। ତେବେ ଲୋକସଭା ନିର୍ବାଚନରେ ଚଳଚ୍ଚିତ୍ରର ଯେପରି କୌଣସି ପ୍ରଭାବ ନପଡ଼େ ଏହାକୁ ଦୃଷ୍ଟିରେ ରଖି ନିର୍ବାଚନ ଆୟୋଗ ଚଳଚ୍ଚିତ୍ରର ମୁକ୍ତିଲାଭ ଉପରେ ସ୍ଥଗିତାଦେଶ ଜାରି କରିଥିଲେ। ନିର୍ବାଚନ ଆୟୋଗଙ୍କ ଏହି ନିଷ୍ପତ୍ତି ବିରୁଦ୍ଧରେ ଚଳଚ୍ଚିତ୍ର ନିର୍ମାତା ସୁପ୍ରିମ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ତେବେ ସୁପ୍ରିମ କୋର୍ଟ ଚଳଚ୍ଚିତ୍ର ନିର୍ମାତା ଦାଖଲ କରିଥିବା ଆବେଦନ ଉପରେ ଶୁଣାଣି କରି ଉପରୋକ୍ତ ରାୟ ଦେଇଛନ୍ତି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories