www.samajalive.in
Saturday, December 6, 2025
26.1 C
Bhubaneswar

ସୋମବାର ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ସୋମବାର ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଶପଥ ଗ୍ରହଣ କରିବେ। ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ଦେଶର ୫୩ତମ ସିଜେଆଇ। ୨୦୧୯ରୁ ସେ ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରି ଆସୁଛନ୍ତି। ଏହା ପୂର୍ବରୁ ସେ ହିମାଚଳ ପ୍ରଦେଶ ହାଇକୋର୍ଟରେ ମୁଖ୍ୟ ବିଚାରପତି ଥିଲେ। ଅନ୍ୟପଟେ ବର୍ତ୍ତମାନର ସିଜେଆଇ ଭୂଷଣ ରାମକୃଷ୍ଣ ଗବଇଙ୍କର ଶୁକ୍ରବାର ଶେଷ କାର୍ଯ୍ୟ ଦିବସ ଥିଲା। ତାଙ୍କର ଅବସରଗ୍ରହଣ ତାରିଖ ନଭେମ୍ବର ୨୩ ଥିବାବେଳେ ଶନି ଓ ରବି ଦୁଇଦିନ ଛୁଟି ପଡୁଛି। ଶେଷ କାର୍ଯ୍ୟଦିବସରେ ସିଜେଆଇ ଗବଇଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହେବାକୁ ଥିବା ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଭୁଟାନ, କେନିଆ, ମାଲେସିଆ, ମରିସସ୍‌, ନେପାଳ ଓ ଶ୍ରୀଲଙ୍କା ଭଳି ଦେଶର ପ୍ରଧାନ ବିଚାରପତି ଓ ଅନ୍ୟ ବିଚାରପତି ଏବଂ ସେମାନଙ୍କ ପରିବାର ସଦସ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories