www.samajalive.in
Sunday, December 14, 2025
15.1 C
Bhubaneswar

ବିଶ୍ବବିଦ୍ୟାଳୟ ଆଇନରେ ସୁପ୍ରିମ କୋର୍ଟ ରୋକ

ଭୁବନେଶ୍ବର: ସୁପ୍ରିମ କୋର୍ଟ ପକ୍ଷରୁ ଓଡ଼ିଶା ବିଶ୍ବବିଦ୍ୟାଳୟ ସଂଶୋଧନ ଆଇନ ଉପରେ ରୋକ ଲଗାଯାଇଛି। ସୁପ୍ରିମ କୋର୍ଟ ପକ୍ଷରୁ ଓଡ଼ିଶା ବିଶ୍ବବିଦ୍ୟାଳୟ ସଂଶୋଧନ ଆଇନ ଉପରେ ୩ ମାସ ପାଇଁ ରହିତାଦେଶ ଲଗାଯାଇଛି। ଓଡ଼ିଶା ସରକାରଙ୍କୁ ଜବାବ ତଲବ କରାଯାଇଥିବାବେଳେ ୨ ମାସ ପରେ ପରବର୍ତ୍ତୀ ଶୁଣାଣି ହେବ ବୋଲି କୁହାଯାଇଛି ବୋଲି ସୁପ୍ରିମକୋର୍ଟ ନିଷ୍ପତ୍ତି ନେଇ ପ୍ରତିପକ୍ଷ ଓକିଲ ଯଶମିତ ସିଂହଙ୍କ ସୂଚନା ଦେଇଛନ୍ତି। ଓଡ଼ିଶା ହାଇକୋର୍ଟ ପକ୍ଷରୁ ବିଶ୍ବବିଦ୍ୟାଳୟ ସଂଶୋଧନ ଆଇନକୁ ପୂର୍ବରୁ କ୍ଲିନ ଚିଟ ଦିଆଯାଇଥିଲା। ଓଡ଼ିଶା ବିଶ୍ବବିଦ୍ୟାଳୟ ସଂଶୋଧନ ଆଇନରେ କୁଳପତିଙ୍କ କାର୍ଯ୍ୟକାଳ ବୃଦ୍ଧି ସହ ଆଇନରେ ଅନେକ ସଂଶୋଧନ ହୋଇଥିଲା। ଏହାକୁ ଚ୍ୟାଲେଞ୍ଜ କରି ବିଶ୍ବବିଦ୍ୟାଳୟ ମଞ୍ଜୁରୀ ଆୟୋଗ (ୟୁଜିସି) ଏବଂ ଜନୈକ ପ୍ରଫେସର ସୁପ୍ରିମକୋର୍ଟ ଯାଇଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories