www.samajalive.in
Sunday, December 7, 2025
26.1 C
Bhubaneswar

ନିର୍ବାଚନ କମିଶନରଙ୍କ ନିଯୁକ୍ତି ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ କମିଶନର ଏବଂ ନିର୍ବାଚନ କମିଶନରଙ୍କ ନିଯୁକ୍ତି ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି। ପ୍ରଧାନମନ୍ତ୍ରୀ, ବିରୋଧୀଦଳ ନେତା ଓ ପ୍ରଧାନବିଚାରପତିଙ୍କୁ ନେଇ ଗଠିତ କମିଟି ମୁଖ୍ୟ ନିର୍ବାଚନ କମିଶନର ଓ ନିର୍ବାଚନ କମିଶନରଙ୍କୁ ଚୟନ କରିବେ। ଏମାନଙ୍କ ସୁପାରିଶକ୍ରମେ ସିଇସି ଓ ଇସିଙ୍କୁ ରାଷ୍ଟ୍ରପତି ନିଯୁକ୍ତି ଦେବେ ବୋଲି ସୁପ୍ରିମକୋର୍ଟ ରାୟ ଶୁଣାଇଛନ୍ତି। ମୁଖ୍ୟ ନିର୍ବାଚନ କମିଶନର୍ ଏବଂ ନିର୍ବାଚନ କମିଶନରଙ୍କ ନିଯୁକ୍ତି ପାଇଁ କଲେଜିୟମ୍ ଭଳି ବ୍ୟବସ୍ଥା କରିବା ଦାବିରେ କରାଯାଇଥିବା ଆବେଦନ ଉପରେ ଶୁଣାଣି କରି ଗୁରୁବାର ସୁପ୍ରିମକୋର୍ଟ ଏହି ରାୟ ଦେଇଛନ୍ତି। ଏହି କମିଟି ନିର୍ବାଚନ କମିଶନର ସମସ୍ତ ଶୀର୍ଷ ପଦବୀର ନିଯୁକ୍ତି ନିମନ୍ତେ ଚୂଡ଼ାନ୍ତ ପ୍ରାର୍ଥୀଙ୍କୁ ସୁପାରିସ କରିବେ। ଏହି କମିଟିର ପରାମର୍ଶ ଅନୁସାରେ ରାଷ୍ଟ୍ରପତି ନିର୍ବାଚନ କମିଶନର ସଦସ୍ୟଙ୍କୁ ନିଯୁକ୍ତି ଦେବେ।

ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍ କେଏମ୍ ଜୋସେଫଙ୍କ ଅଧ୍ୟକ୍ଷତାରେ ଗଠିତ ୫ଜଣିଆ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି। ରାୟ ଶୁଣାଣି କରି ଜଷ୍ଟିସ୍ ଜୋସେଫ୍ କହିଛନ୍ତି ଯେ, ସଂସଦ ଏ ସମ୍ବନ୍ଧୀୟ କୌଣସି ନୂତନ ଆଇନ ପ୍ରଣୟନ ନ କରିବା ପର୍ଯ୍ୟନ୍ତ ଏହି ନିଷ୍ପତ୍ତି ବଳବତ୍ତର ରହିବ। ଏହାବ୍ୟତୀତ ଦେଶର ନିର୍ବାଚନ ପ୍ରକ୍ରିୟାରେ କୌଣସି ଉନ୍ନତ ବ୍ୟବସ୍ଥା ପ୍ରଣୟନ ଲାଗି ଯଦି କୌଣସି ଆବେଦନ ଆସେ ତେବେ ସୁପ୍ରିମକୋର୍ଟ ଏହାକୁ ବିଚାର ଲାଗି ଗ୍ରହଣ କରିବେ ବୋଲି ଜଷ୍ଟିସ ଜୋସେଫ୍ ସ୍ପଷ୍ଟ କରିଛନ୍ତି। ଜଷ୍ଟିସ ‌ଜୋସେଫଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ଖଣ୍ଡପୀଠରେ ଜଷ୍ଟିସ୍ ଅଜୟ ରସ୍ତୋଗୀ, ଅନିରୁଦ୍ଧ ବୋଷ୍, ହୃଷୀକେଶ ରାୟ ଏବଂ ଜଷ୍ଟିସ୍ ସିଟି ରବିକୁମାର ମାମଲାର ଶୁଣାଣି କରିଥିଲେ।

- Advertisement -

ବର୍ତ୍ତମାନ ପର୍ଯ୍ୟନ୍ତ କେମିତି ହେଉଥିଲା ନିଯୁକ୍ତି ?

ପ୍ରଧାନମନ୍ତ୍ରୀ ଏବଂ ମନ୍ତ୍ରୀମଣ୍ଡଳ ସୁପାରିଶକ୍ରମେ ରାଷ୍ଟ୍ରପତିଙ୍କ ଦ୍ୱାରା ନିର୍ବାଚନ କମିଶନରଙ୍କୁ ନିଯୁକ୍ତ ଦିଆଯାଇଥାଏ। ସାଧାରଣତଃ ଦେଖାଯାଏ ଯେ, ଏହି ସୁପାରିଶକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ମିଳିଯାଏ। ଏହି କାରଣରୁ ନିର୍ବାଚନ କମିଶନରଙ୍କ ନିଯୁକ୍ତିକୁ ନେଇ ପ୍ରଶ୍ନ ଉଠିଛି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories