www.samajalive.in
Monday, December 8, 2025
27.1 C
Bhubaneswar

ବୁଲଡୋଜର କାର୍ଯ୍ୟାନୁଷ୍ଠାନ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଡେସ୍କ: ଆସନ୍ତାକାଲି (ଗୁରୁବାର) ପର୍ଯ୍ୟନ୍ତ ବହରାଇଚରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନକୁ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟ ଉତ୍ତରପ୍ରଦେଶ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଅତିରିକ୍ତ ସଲିସିଟର ଜେନେରାଲ କେଏମ୍ ନଟରାଜ ଆଜି ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠରେ ଏକମତ ହୋଇଛନ୍ତି ଯେ ଆସନ୍ତାକାଲି ପର୍ଯ୍ୟନ୍ତ ଜିଲ୍ଲା କର୍ତ୍ତୃପକ୍ଷ କୌଣସି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ନାହିଁ। ଏହା ପୂର୍ବରୁ ପ୍ରସ୍ତାବିତ ଉଚ୍ଛେଦ ବିରୋଧରେ ଦାଖଲ ହୋଇଥିବା ଆବେଦନର ତୁରନ୍ତ ଶୁଣାଣି ବୁଧବାର କରିବାକୁ କୋର୍ଟ ରାଜି ହୋଇଥିଲେ।

ଗତ ସପ୍ତାହରେ ଉତ୍ତରପ୍ରଦେଶ ପୂର୍ତ୍ତ ବିଭାଗ ପକ୍ଷରୁ ରାମ ଗୋପାଳ ମିଶ୍ର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କ ସମେତ ବହରାଇଚରେ କିଛି ଘର ଭଙ୍ଗାଯିବା ପାଇଁ ଚିହ୍ନିତ କରାଯାଇଥିଲା। ଗତ ସେପ୍ଟେମ୍ବର ୧୭ରେ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତିକାଳୀନ ନିର୍ଦ୍ଦେଶ ଦେଇଥିଲେ ଯେ ବିନା ଅନୁମତିରେ ଦେଶର କୌଣସି ସ୍ଥାନକୁ ଉଚ୍ଛେଦ କରାଯିବ ନାହିଁ। ବିନା ପର୍ଯ୍ୟାପ୍ତ ନୋଟିସରେ ବିଭିନ୍ନ ରାଜ୍ୟ କର୍ତ୍ତୃପକ୍ଷ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ନେଇ ଏକାଧିକ ଆବେଦନ ଆସିବା ପରେ ଏହି ନିଷ୍ପତ୍ତି ନିଆଯାଇଥିଲା।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories