www.samajalive.in
Saturday, December 6, 2025
26.1 C
Bhubaneswar

୧୭ଲକ୍ଷ ମଦ୍ରାସା ଛାତ୍ରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ୨୫ହଜାର ମଦ୍ରାସାରେ ପଢୁଥିବା ୧୭ଲକ୍ଷ ଛାତ୍ରଙ୍କ ସହ ୧୦ହଜାର ଶିକ୍ଷକଙ୍କୁ ଆଶ୍ୱସ୍ତ କରିଛନ୍ତି ସୁପ୍ରିମକୋର୍ଟ। ଉତ୍ତରପ୍ରଦେଶ ମଦ୍ରାସା ନିୟମ ୨୦୦୪ ମାମଲାରେ ଆହ୍ଲାବାଦ ହାଇକୋର୍ଟଙ୍କ ନିଷ୍ପତି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ସର୍ବୋଚ୍ଚ ଅଦାଲତ। ଆହ୍ଲାବାଦ ହାଇକୋର୍ଟ ମଦ୍ରାସା ଆଇନ ୨୦୦୪କୁ ଅସାମ୍ବିଧାନିକ ବୋଲି ଘୋଷଣା କରିଥିଲେ। ପକ୍ଷକାରୀ ମଦ୍ରାସା ବୋର୍ଡ, ଉତ୍ତରପ୍ରଦେଶ ସରକାର ଓ କେନ୍ଦ୍ର ସରକାରଙ୍କୁ ନୋଟିସ୍‌‌ ଜାରି କରି ଆସନ୍ତା ଜୁନ ୩୦ ତାରିଖ ସୁଦ୍ଧା ଜବାବ ମଗିଛନ୍ତି ସୁପ୍ରିମକୋର୍ଟ। ସୁପ୍ରିମକୋର୍ଟଙ୍କ ନିଷ୍ପତି ପରେ ୨୦୦୪ ଆଇନ ଅନୁସାରେ ମଦ୍ରାସାଗୁଡିକରେ ପାଠପଢା ଜାରି ରହିବ। ସୁପ୍ରିମକୋର୍ଟ କହିଛନ୍ତି ଯେ ଆହ୍ଲାବାଦ ହାଇକୋର୍ଟଙ୍କ ନିଷ୍ପତି ଠିକ୍‌‌ ନଥିଲା, ହାଇକୋର୍ଟ ଏପରି କହିବା ଉଚିତ ନୁହେଁ। ଗତ ମାସରେ ଆହ୍ଲାବାଦ ହାଇକୋର୍ଟ ଉତ୍ତରପ୍ରଦେଶ ମଦ୍ରାସା ଶିକ୍ଷା ବୋର୍ଡ ଅଧିନିୟମ ୨୦୦୪କୁ ଧର୍ମନିରପେକ୍ଷତାର ନୀତିର ଉଲ୍ଲଂଘନ ବୋଲି ଘୋଷଣା କରିଥିଲେ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories