www.samajalive.in
Sunday, December 7, 2025
14.1 C
Bhubaneswar

ନିଟ୍‌-ପିଜି ପରୀକ୍ଷା ଘୁଞ୍ଚାଇବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଆସନ୍ତା ୧୧ରେ ଅନୁଷ୍ଠିତ ହେବାକୁ ଥିବା ନିଟ୍‌-ପିଜି ପରୀକ୍ଷା ଘୁଞ୍ଚାଇବାକୁ ଯେଉଁ ଆବେଦନ କରାଯାଇଥିଲା, ତାହାକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ.ଚନ୍ଦ୍ରଚୂଡ, ଜଷ୍ଟିସ ମନୋଜ ମିଶ୍ର ଏବଂ ଜଷ୍ଟିସ ଜେ.ବି.ପାର୍ଦିୱାଲାଙ୍କୁ ନେଇ ଗଠିତ ତିନିଜଣିଆ ପୀଠ ଶୁକ୍ରବାର ମାମଲାର ଶୁଣାଣି କରି ଉପରୋକ୍ତ ରାୟ ଦେଇଛନ୍ତି। ପୀଠ ଆହୁରି କହିଛନ୍ତିି ଯେ ନିଟ୍‌-ପିଜି ପରୀକ୍ଷା ସ୍ଥଗିତ ରଖି ୨ ଲକ୍ଷ ପରୀକ୍ଷାର୍ଥୀଙ୍କ କ୍ୟାରିୟର ପାଇଁ କ୍ଷତି ପହଞ୍ଚାଇବା ଆଦୌ ଯୁକ୍ତିସଙ୍ଗତ ନୁହେଁ। ସୂଚନାଯୋଗ୍ୟ ଜୁନ ୨୩ରେ ନିଟ୍‌-ପିଜି ପରୀକ୍ଷା ଅନୁଷ୍ଠିତ ହେବ ବୋଲି ପୂର୍ବରୁ ଧାର୍ଯ୍ୟ ହୋଇଥିଲା। ତେବେ ସେହି ସମୟରେ ନିଟ୍-ୟୁଜି ପ୍ରଶ୍ନପତ୍ର ପ୍ରଘଟ ମାମଲା ଚର୍ଚ୍ଚାର ବିଷୟ ପାଲଟିଥିବାରୁ ଜୁନ ୨୨ରେ ଏହାକୁ ସ୍ଥଗିତ ରଖାଯାଇଥିଲା। ଏହି ପରୀକ୍ଷାକୁ ପୁଣି ସ୍ଥଗିତ ରଖିବାକୁ କେତେକ ଛାତ୍ର ସୁପ୍ରିମକୋର୍ଟରେ ପିଟିସନ ଦାଏର କରିଥିଲେ। ସେମାନେ ଯୁକ୍ତି ଦର୍ଶାଇଥିଲେ ଯେ ଅଗଷ୍ଟ ୧୧ (ରବିବାର) ପରୀକ୍ଷା ତାରିଖ ଧାର୍ଯ୍ୟ କରାଯାଇଥିବାବେଳେ ପରୀକ୍ଷାର୍ଥୀଙ୍କୁ ଅଗଷ୍ଟ ୮ (ଗୁରୁବାର)ରେ ସୂଚିତ କରାଯାଇଥିଲା। ପୁନଶ୍ଚ ଅଧିକାଂଶ ପରୀକ୍ଷାର୍ଥୀଙ୍କ ପରୀକ୍ଷା କେନ୍ଦ୍ର ଅନ୍ୟ ସହରରେ ଥିବାରୁ ସ୍ବଳ୍ପ ସମୟ ମଧ୍ୟରେ ସେଠାରେ ପହଞ୍ଚିବା ସେମାନଙ୍କ ପକ୍ଷରେ କଷ୍ଟକର ହୋଇପଡିବ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories