www.samajalive.in
Saturday, December 6, 2025
26.1 C
Bhubaneswar

ଉତ୍ତରପ୍ରଦେଶ ସରକାରଙ୍କ ନିଷ୍ପତ୍ତି ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ସମାଜ ଡିଜିଟାଲ ଡେସ୍କ: ନାମ ଫଳକ ବିବାଦରେ ଉତ୍ତରପ୍ରଦେଶ ସରକାରଙ୍କ ନିଷ୍ପତ୍ତି ଉପରେ ରୋକ ଲଗାଇଛନ୍ତି ସୁପ୍ରିମକୋର୍ଟ। କାଉଡି ଯାତ୍ରା ସମୟରେ ରାସ୍ତାପାର୍ଶ୍ବରେ ଖୋଲୁଥିବା ହୋଟେଲ ମାଲିକମାନେ ନିଜ ନାମ, ଠିକଣା ଥିବା ନାମ ଫଳକ ଲଗାଇବାକୁ ନିର୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ସୁପ୍ରିମକୋର୍ଟ ଏହି ନିଷ୍ପତ୍ତି ଉପରେ ଅନ୍ତରୀଣ ସ୍ଥଗିତାଦେଶ ଦେଇଛନ୍ତି।

ସରକାରଙ୍କ ନିଷ୍ପତ୍ତିକୁ ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରାଯାଇଥିଲା। ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୋଇତ୍ର ଏହି ପିଟିସନ ଦାୟର କରିଥିଲେ। ସରକାରଙ୍କ ନିଷ୍ପତ୍ତି ସାମ୍ବିଧାନିକ ବ୍ୟବସ୍ଥା ଏବଂ ଧର୍ମ ନିରପେକ୍ଷତାର ପରିପନ୍ଥୀ। ସୋମବାର ଏହାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି, ଉତ୍ତର ପ୍ରଦେଶ ପୁଲିସ ଦୋକାନୀମାନଙ୍କୁ ନାମ ଫଳକ ଲଗାଇବାକୁ ବାଧ୍ୟ କରିପାରିବେ ନାହିଁ। ସେମାନେ କେବଳ ବିଭିନ୍ନ ପ୍ରକାର ଖାଦ୍ୟ ସମ୍ପର୍କିତ ତଥ୍ୟ ପ୍ରଦର୍ଶନ କରିପାରିବେ। ବିଚାରପତି ହୃଷିକେଶ ରଏ ଏବଂ ଏସ.ଭି.ଏନ. ଭଟ୍ଟଙ୍କୁ ନେଇ ଗଠିତ ଖଣ୍ଡପୀଠ ଉପରୋକ୍ତ ରାୟ ଦେଇଛନ୍ତି। ଏହା ସହିତ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଉତ୍ତରାଖଣ୍ଡ ଏବଂ ଦିଲ୍ଲୀ ସରକାରଙ୍କୁ ନୋଟିଜ ଜାରି କରିଛନ୍ତି। ଆସନ୍ତା ଶୁକ୍ରବାର ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ସର୍ବୋଚ୍ଚ ନ୍ୟାୟାଳୟ ଦିନ ଧାର୍ଯ୍ୟ କରିଛନ୍ତି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories