www.samajalive.in
Sunday, December 7, 2025
26.1 C
Bhubaneswar

କଲକାତା ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, ନିଜ ଆଡୁ ମାମଲା ରୁଜୁ କରି ୩ ଜଣିଆ ଖଣ୍ଡପୀଠ କରିବେ ଶୁଣାଣି

ସମାଜ ଡିଜିଟାଲ ଡେସ୍କ: କଲକାତାର ଆର. ଜି. କର ମେଡିକାଲରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ହସ୍ତକ୍ଷେପ କରିଛନ୍ତି ସୁପ୍ରିମକୋର୍ଟ। କୋର୍ଟ ନିଜ ଆଡୁ ମାମଲା ରୁଜୁ କରି ଏହାର ଶୁଣାଣି କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ୩ ଜଣିଆ ଖଣ୍ଡପୀଠ ଏହି ମାମଲାର ବିଚାର କରିବେ। ଜନସାଧାରଣଙ୍କର ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରି ନିଜ ଆଡୁ ମାମଲା ରୁଜୁ କରିବା ସହିତ ତାହାର ଶୁଣାଣି କରିପାରିବାର ପ୍ରାବଧାନ ରହିଛି। ବିଶେଷ କରି ଜନତାଙ୍କ ମୌଳିକ ଅଧିକାର ଏବଂ ସୁରକ୍ଷାକୁ ନେଇ ସମସ୍ୟା ଉପୁଜିଲେ ସର୍ବୋଚ୍ଚ ନ୍ୟାୟାଳୟ ସୁଓ ମୋଟୁ କଗ୍‌ନିଜାନ୍ସ(ନିଜ ଆଡୁ ମାମଲାରେ ହସ୍ତକ୍ଷେପ କରିବା) ବଳରେ ଏହାର ବିଚାର କରିଥାଆନ୍ତି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories