www.samajalive.in
Tuesday, December 9, 2025
17.1 C
Bhubaneswar

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ; କରୋନାରେ ମୃତ୍ୟୁବରଣ କରିଥିବା ପରିବାର ବର୍ଗଙ୍କୁ ଅନୁକମ୍ପା ରାଶି ପ୍ରଦାନ କରନ୍ତୁ ସରକାର

ନୂଆଦିଲ୍ଲୀ : କରୋନାରେ ମୃତ୍ୟୁବରଣ କରିଥିବା ପରିବାର ବର୍ଗଙ୍କୁ ଅନୁକମ୍ପା ରାଶି ପ୍ରଦାନ କରିବା ପାଇଁ ଆଜି ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଛନ୍ତି, କୋର୍ଟ ଅନୁକମ୍ପା ରାଶି ନିର୍ଦ୍ଧାରଣ କରିବେ ନାହିଁ। ସରକାର ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ନିର୍ଦ୍ଧାରଣ କରିବେ।
୬ ସପ୍ତାହ ମଧ୍ୟରେ ମାର୍ଗଦର୍ଶିକା ପ୍ରସ୍ତୁତ କରିବା ସହ ଅନୁକମ୍ପା ରାଶି ସଠିକ କରି କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ମୃତ୍ୟୁପ୍ରମାଣ ପତ୍ର ପାଇବାର ପ୍ରକ୍ରିୟା ସରଳ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, କରୋନାରେ ମୃତ୍ୟୁବରଣ କରିଥିବା ପରିବାର ବର୍ଗଙ୍କୁ ଅନୁକମ୍ପା ରାଶି ପୂରଣ ସହ , ଏହି ରାଶିକୁ ସରକାର ନିଜେ ନିଶ୍ଚିତ କରନ୍ତୁ। ୪ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରାଯାଇ ପାରିବ ନାହିଁ ବୋଲି ମଧ୍ୟ କହିଛନ୍ତି। ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ଅନୁକମ୍ପା ରାଶି କେତେ ହେବ ସ୍ଥିର କରିବେ ବୋଲି କୋର୍ଟ କହିଛନ୍ତି। ଆଗାମୀ ୬ ସପ୍ତାହ ମଧ୍ୟରେ ସରକାରଙ୍କୁ ଏନେଇ ନିଷ୍ପତ୍ତି ଗ୍ରହଣ କରିବାକୁ ପଡିବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories