www.samajalive.in
Saturday, December 6, 2025
26.1 C
Bhubaneswar

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଗିରଫ ମାମଲା – ସୋମବାର ସୁପ୍ରିମକୋର୍ଟରେ ଶୁଣାଣି

​ଡେସ୍କ: ମଦ ନୀତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପ୍ ନେତା ଅରବିନ୍ଦ କେଜ୍ରିଓ୍ଵାଲଙ୍କ ଆବେଦନର ଶୁଣାଣି ସୋମବାର ସୁପ୍ରିମକୋର୍ଟରେ ହେବ। ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଜଷ୍ଟିସ ଦୀପଙ୍କର ଦତ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିବେ। ଚଳିତ ମାସ ୯ ତାରିଖରେ ଦିଲ୍ଲୀ ହାଇକୋର୍ଟ ଆପ୍ ନେତାଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରିଥିବା ଆବେଦନକୁ ଖାରଜ କରିଦେଇଥିଲେ। ଆବେଦନ ଖାରଜ କରି ଦିଲ୍ଲୀ ହାଇକୋର୍ଟ କହିଛନ୍ତି ଯେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପାଖରେ ପର୍ଯ୍ୟାପ୍ତ ପ୍ରମାଣ ଥିବାରୁ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଗିରଫ କରାଯାଇଥିଲା।
ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ସହ ଜଡିତ ଅର୍ଥ ଠକେଇ ମାମଲାରେ ଆପ୍ ନେତାଙ୍କୁ ଇଡି ମାର୍ଚ୍ଚ ୨୧ ତାରିଖରେ ଗିରଫ କରିଥିଲା।

ଆଜି କଂଗ୍ରେସ କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ

- Advertisement -

ଏପ୍ରିଲ ପହିଲାରେ କୋର୍ଟ ଏହି ମାମଲାରେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଚଳିତ ମାସ ୧୫ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories