www.samajalive.in
Wednesday, December 10, 2025
26.1 C
Bhubaneswar

ବନ୍ୟା ପାଣିରେ କାଠ ଚୋରା ଚାଲାଣ; ସୁପ୍ରିମକୋର୍ଟଙ୍କ ଉଦ୍‌ବେଗ: କେନ୍ଦ୍ରକୁ ନୋଟିସ

ନୂଆଦିଲ୍ଲୀ : ବିଭିନ୍ନ ରାଜ୍ୟରେ ଦେଖାଯାଇଥିବା ବନ୍ୟା ଓ ଭୂସ୍ଖଳନକୁ ନେଇ ସୁପ୍ରିମକୋର୍ଟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ବିଶେଷକରି ବନ୍ୟା ପାଣିରେ ବହୁସଂଖ୍ୟକ କାଠଗଣ୍ଡି ଭାସି ଆସୁଥିବାର ଭିଡିଓକୁ ଦେଖିବା ପରେ ସୁପ୍ରିମକୋର୍ଟ ନିଜ ଆଡୁ ଏଥିରେ ହସ୍ତକ୍ଷେପ କରିଛନ୍ତି। ପ୍ରଧାନ ବିଚାରପତି ଭୂଷଣ ରାମକୃଷ୍ଣ ଗବଇ ଓ ବିଚାରପତି କେ ବିନୋଦ ଚନ୍ଦ୍ରନଙ୍କୁ ନେଇ ଗଠିତ ପୀଠ ଗୁରୁବାର ଏହି ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ସହିତ ହିମାଚଳ ପ୍ରଦେଶ, ପଞ୍ଜାବ ଓ ଉତ୍ତରାଖଣ୍ଡ ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ବନ୍ୟା ପାଣିରେ ହିମାଳୟ ପାଦଦେଶର ଥିବା ଜଙ୍ଗଲରୁ ବହୁସଂଖ୍ୟାରେ କାଠ ଗଣ୍ଡି ଚୋରା ଚାଲାଣର ଭିଡିଓ ଗଣମାଧ୍ୟମରେ ପ୍ରସାରିତ ହୋଇଛି। ସୁପ୍ରିମକୋର୍ଟ କହିଛନ୍ତି ଯେ ଏତେ ପରିମାଣର କାଠଗଣ୍ଡି ସବୁ କେଉଁଠାରୁ ଆସିଲା ତାହା ସରକାର ଜଣାଇବା ଦରକାର। ଆଉ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ଯଦି ଏତେ ସଂଖ୍ୟାରେ ଗଛ ନଷ୍ଟ ହେବ ତେବେ ପରିବେଶ ନଷ୍ଟ ହୋଇଯିବ। ଶୁଣାଣି ସମୟରେ ସରକାରଙ୍କ ପକ୍ଷରୁ ଉପସ୍ଥିତ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଥିଲେ ଯେ ପ୍ରସଙ୍ଗର ଗୁରୁତ୍ବ ଦୃଷ୍ଟି କୋଣରୁ ପରିବେଶ ମନ୍ତ୍ରଣାଳୟ ସଚିବ ଏହା ଉପରେ ସବିଶେଷ ତଥ୍ୟ ସଂଗ୍ରହ କରିବେ।

ସେପ୍ଟେମ୍ବର ୭ରେ ଲାଗୁଛି ଚନ୍ଦ୍ରଗ୍ରହଣ ; ଜାଣନ୍ତୁ ଗ୍ରହଣ ସ୍ପର୍ଶ, ପାକ ତ୍ୟାଗ ସମୟ..

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories