www.samajalive.in
Wednesday, December 10, 2025
23.1 C
Bhubaneswar

ବରିଷ୍ଠ କଂଗ୍ରେସ ନେତା ତଥା ବିଧାୟକ ସୁରେଶ କୁମାର ରାଉତରାୟଙ୍କ ୭୭ ତମ ଜନ୍ମ ଦିବସ ପାଳିତ

ଭୁବନେଶ୍ୱର : ବରିଷ୍ଠ କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କର ୭୭ ତମ ଜନ୍ମ ଦିବସ ତାଙ୍କ ଭୁବନେଶ୍ୱର ବାସଭବନ ଠାରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ଏକ ରକ୍ତଦାନ ଶିବିରକୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ଉଦ୍‌ଘାଟନ କରିବା ସହ ଶ୍ରୀ ରାଉତରାୟଙ୍କୁ ପୁଷ୍ପଗୁଚ୍ଛ ଦେଇ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଦୀର୍ଘ ନିରାମୟ ଜୀବନ କାମନା କରିଥିଲେ। ଏହାପରେ ମାଉସୀମା ମନ୍ଦିର ପରିସରରେ ଆୟୋଜିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ବୃକ୍ଷରୋପଣ କରିଥିଲେ। ଶ୍ରୀ ରାଉତରାୟଙ୍କ ଜନ୍ମଦିନ ଅବସରରେ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମକୁ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଉଦ୍‌ଘାଟନ କରିଥିଲେ। ଏହି ଉପଲକ୍ଷେ ସକାଳେ ଲିଙ୍ଗରାଜ ମନ୍ଦିର, ରାମେଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା କରାଯିବା ସହ ଦୀପଦାନ କରାଯାଇଥିଲା। ପୂର୍ବାହ୍ନରେ ଜଟଣୀ ରେଳବାଇ ହସ୍ପିଟାଲ ସମେତ ଜଟଣୀ ହସ୍ପିଟାଲ ଏବଂ ପୁରୁଣା ଭୁବନେଶ୍ୱରସ୍ଥିତ ମ୍ୟୁନିସିପାଲିଟି ଡାକ୍ତରଖାନାରେ ରୋଗୀମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା। ଏହି ଅବସରରେ ଗରିବ, ଅବହେଳିତ ଲୋକମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଥିଲା। ଅପରାହ୍ନରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ ଶ୍ରୀ ରାଉତରାୟ ଜନ୍ମଦିନର କେକ୍ କାଟିବା ପରେ ଉପସ୍ଥିତ କଂଗ୍ରେସ ନେତୃବୃନ୍ଦ ଓ କର୍ମୀମାନେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ। ପରେ କଂଗ୍ରେସ ଭବନ ପରିସରରେ ଶ୍ରୀ ରାଉତରାୟ ବୃକ୍ଷରୋପଣ କରିଥିଲେ। ଏହି ସମସ୍ତ କାର୍ଯ୍ୟକ୍ରମ କୋଭିଡ୍ – ୧୯ ର ନିୟମାବଳୀ ଅନୁସାରେ କରାଯାଇଥିଲା ଏବଂ ସୁର ରାଉତରାୟ ଜୟନ୍ତୀ କମିଟିର ସଦସ୍ୟମାନେ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories