www.samajalive.in
Saturday, December 6, 2025
23.1 C
Bhubaneswar

ବ୍ଲକସ୍ତରୀୟ ଶିଶୁସୁରଭି କାର୍ଯ୍ୟକ୍ରମ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ଲକସ୍ତରୀୟ ୨୦୨୨ ଶିଶୁ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସ୍ୱାଗତ ସଙ୍ଗୀତ ପରିବେଷଣ କରାଯାଇଥିବା ବେଳେ ଅତିଥି ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଏଥିରେ ଦେବଗିରି ମହାବିଦ୍ୟାଳୟର ଅଧ୍ୟାପକ ଯୋଗେଶ୍ୱର ଗରଡ଼ା ମୁଖ୍ୟଅତିଥି ଭାବରେ ରହିଥିବା ବେଳେ ଅବସରପ୍ରାପ୍ତ ଶିକ୍ଷକ ଗଗନ ବିହାରୀ ସ୍ୱାଇଁ, ଭାରପ୍ରାପ୍ତ ବିଇଓ ମୋହନ ରାଓ କଣ୍ଡାଗୋରୀ ପ୍ରମୁଖ ମଞ୍ଚାସୀନ ରହିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ୧୪ଟି ପଞ୍ଚାୟତରେ ଥିବା ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ କନିଷ୍ଠ ଓ ବରିଷ୍ଠ ବିଭାଗରେ ନେଇ ସେମାନଙ୍କ ମଧ୍ୟରେ ଚିତ୍ରାଙ୍କନ, ବିତର୍କ, ପ୍ରବନ୍ଧ, ସଙ୍ଗୀତ, କୁଇଜ, ଚିତ୍ରକଳା ପ୍ରଦର୍ଶନ, ସୃଜନଶୀଳ ଲିଖନ, ବକ୍ତୃତା, ଓଡ଼ିଆ ହସ୍ତାକ୍ଷର ଓ ସୃତିଲିଖନ ଓ ୬ଟି ଗୋଷ୍ଠି ମଧ୍ୟରେ ସାଂସ୍କୃତିକ ଓ ଚିତ୍ରକଳା ଶିଳ୍ପକଳା କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏଥିରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା। ଏଥିରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନେ ଜିଲାସ୍ତରୀୟ ଶିଶୁ ସୁରଭି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିପାରିବେ ବୋଲି ଜଣାପଡିଛି। ଏହା ଜିଲାରେ ନଭେମ୍ବର ୫ ତାରିଖରେ କରାଯିବ ବୋଲି ଜଣାପଡିଛି। ଏହାକୁ ୧୨ଟି ସିଆରସିସି ପରିଚାଳନା କରିଥିବା ବେଳେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ନନ୍ଦକିଶୋର ସାବତଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଅନ୍ୟ ବିଦ୍ୟାଳୟରୁ ଆସିଥିବା ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories