www.samajalive.in
Tuesday, December 9, 2025
19.1 C
Bhubaneswar

ବ୍ଳକସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଉଦଯାପିତ 

ବଡ଼ସାହି : ସୋମବାର ସ୍ଥାନୀୟ ମଇସ୍କୁଲ ପରିସରରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ବଡ଼ସାହି ବିଧାୟକ ଗଣେଶ୍ୱର ପାତ୍ର ଯୋଗଦେଇ ମହୋତ୍ସବକୁ ଉଦଘାଟନ କରିଥିଲେ। ବଣମଲ୍ଲୀ ଭାବେ ବଣରେ ରହିଥିବା ଶିଶୁମାନଙ୍କ ଲୁକ୍କାୟିତ ପ୍ରତିଭା ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପରିପ୍ରକାଶ ହେଉଛି ବୋଲି ସେ କହିଥିଲେ। ବିଇଓ ଦେବବ୍ରତ ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅନ୍ୟମାନଙ୍କ ମଧ୍ୟରେ ସମ୍ମାନୀତ ଅତିଥି ଭାବେ ବିଆରସିସି ବାବାଜୀ ଚରଣ ବେହେରା, ଏବିଇଓ ପଦ୍ମଲୋଚନ ଦାସ, ଅବସରପ୍ରାପ୍ତ ବିଆରସିସି ଦୀନବନ୍ଧୁ ଦାସ, ସୁବାସିନୀ ପତି, ବଙ୍କିମ ପାତ୍ର, ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକ ସଚ୍ଚିଦାନନ୍ଦ ମହାନ୍ତି, ଶିବପ୍ରସାଦ ମହାପାତ୍ର ଓ ବସନ୍ତ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ୧୮ଟି କ୍ଳଷ୍ଟରରୁ ମୋଟ ୩୯୦ଜଣ ପ୍ରତିଯୋଗୀ ଏଥିରେ ଅଂଶ ଗ୍ରହଣ କରିଥିବା ବେଳେ ସିନିୟର ଓ ଜୁନିଅର ବର୍ଗରୁ ୧୮ଟି ବିଭାଗରେ ମୋଟ ୨୩ଜଣ ପ୍ରତିଯୋଗୀ ଜିଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମକୁ ମନୋନୀତ ହୋଇଛନ୍ତି। ଅପରାହ୍ଣରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବେ ବିଡିଓ ରବୀନ୍ଦ୍ର କୁମାର ପ୍ରଧାନ, ଶିକ୍ଷକ ନେତା ମୁରଲୀଧର ନାଏକ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳି ଗିରି ଯୋଗଦେଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରିଥିଲେ। ସମସ୍ତ ସିଆରସିସି ଓ ବିଭିନ୍ନ ବର୍ଗର ଶିକ୍ଷକ ସଙ୍ଗଠନର ପଦାଧିକାରୀ, ଶିକ୍ଷକ/ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ପ୍ରାରମ୍ଭରେ ଶିକ୍ଷକ ଶଚ୍ଚୀନ୍ଦ୍ର ବିଶ୍ୱାଳ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ସୂଚନା ପ୍ରଦାନ କରିବା ସହିତ ମଞ୍ଚ ପରିଚାଳନା କରିଥିଲେ। ଶେଷରେ ଶିକ୍ଷକ ଲଳିତ କୁମାର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

Related Articles

Popular Categories