www.samajalive.in
Saturday, December 6, 2025
17.1 C
Bhubaneswar

ସୁରେଶ ମହାପାତ୍ର ହେବେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର : ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ମହାପାତ୍ର ହେଲେ ରାଜ୍ୟର ନୂଆ ମୁଖ୍ୟ ଶାସନ ହେବେ। ଆସନ୍ତା ୩୧ ତାରିଖରେ ବର୍ତ୍ତମାନ ମୁଖ୍ୟ ଶାସନ ସଚିବ ଥିବା ଅସିତ ତ୍ରିପାଠୀଙ୍କ ଅବସର ପରେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟଭାର ଗ୍ରହଣ କରିବେ ୧୯୮୬ ବ୍ୟାଚର ଆଇଏଏସ୍ ସୁରେଶ ଚନ୍ଦ୍ର ମହାପାତ୍ର ।

ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ ହୋଇଥିବା ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ  ୨୦୨୨ ପର୍ଯ୍ୟନ୍ତ ରହିଛି। ସୁରେଶ ମହାପାତ୍ର ପୂର୍ବରୁ ସେ ଉନ୍ନୟନ କମିଶନର ଦାୟିତ୍ବରେ ଥିଲେ। ଅନ୍ୟପକ୍ଷେ ବର୍ତ୍ତମାନ ମୁଖ୍ୟ ଶାସନ ସଚିବ ଥିବା ଅସିତ୍ ତ୍ରିପାଠୀଙ୍କୁ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ଦାୟିତ୍ବ ମିଳିଥିବା ବେଳେ ସେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ପ୍ରଧାନ ଉପଦେଷ୍ଟା ଭାବେ ମଧ୍ୟ ଦାୟିତ୍ବ ତୁଲାଇବେ। ଏଥି ସହ  ଆଞ୍ଚଳିକ ପରିଷଦ, ପର୍ଯ୍ୟଟନ,ଶିଳ୍ପ, କୃଷି ସମେତ କିଛି ବିଭାଗର ମୁଖ୍ୟ ପରାମର୍ଶଦାତା ଭାବେ ରହିବେ ବୋଲି ଜଣାପଡିଛି।

- Advertisement -

ସେହିପରି ବରିଷ୍ଠ ଆଇଏଏସ୍‌ ପ୍ରଦୀପ ଜେନାଙ୍କୁ ଉନ୍ନୟନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ବରିଷ୍ଠତା ଭିତ୍ତିରେ ଚାରି ଜଣ ଆଇଏଏସ୍‌ଙ୍କୁ ପଛରେ ପକାଇ ତାଙ୍କୁ ଏହି ପଦରେ ନିଯୁକ୍ତି ଦିଆଯାଇଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories