www.samajalive.in
Saturday, December 6, 2025
16.1 C
Bhubaneswar

ଡାକ୍ତରଖାନାରେ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଭେଟିଲେ ସାଂସଦ ସୁରେଶ ପୂଜାରୀ ଓ ପୂର୍ବତନ ମନ୍ତ୍ରୀ କେ.ଭି. ସିଂଦେଓ 

ସମ୍ବଲପୁର : ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇ ଭୁବନେଶ୍ବରରେ ଚିକିତ୍ସିତ ହେଉଥିବା ପୂର୍ବତନ ସାଂସଦ ତଥା ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଡାକ୍ତରଖାନାରେ ଭେଟିଛନ୍ତି ସାଂସଦ ସୁରେଶ ପୂଜାରୀ ଓ ପୂର୍ବତନ ମନ୍ତ୍ରୀ କେ. ଭି. ସିଂଦେଓ। ସାକ୍ଷାତ କରି ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ବୁଝିବା ସହିତ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସମ୍ବଲପୁର ଜିଲା ରେଢ଼ାଖୋଲଠାରେ ଗତ ଗୁରୁବାର ମଧ୍ୟରାତ୍ରିରେ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ପୂର୍ବତନ ସାଂସଦ ତଥା ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ଆହତ ହୋଇଥିଲେ। ସେହି ରାତିରେ ସମ୍ବଲପୁରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ତାଙ୍କୁ ଚିକିତ୍ସା କରାଯାଇଥିବାବେଳେ ଶୁକ୍ରବାର ଅପରାହ୍ନରେ ତାଙ୍କୁ ଏୟାର ଆମ୍ବୁଲାନ୍ସ ଜରିଆରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ସୁପର ସ୍ପେସିଆଲିଷ୍ଟ ଡାକ୍ତରଖାନାକୁ ନିଆଯାଇ ଚିକିତ୍ସା କରାଯାଉଛି। ଏବେ ତାଙ୍କର ଅବସ୍ଥା ସ୍ଥିର ଥିବା ବେଳେ ବିଭିନ୍ନ କ୍ଷେତ୍ର ସହିତ ଜଡିତ ବ୍ୟକ୍ତି ବିଶେଷ ତାଙ୍କ ନିକଟକୁ ଯାଇ ସ୍ୱାସ୍ଥ୍ୟାବସ୍ଥା ବୁଝି ଆସୁଛନ୍ତି। ଏହି କ୍ରମରେ ରବିବାର ବରଗଡ଼ ଲୋକସଭା ସାଂସଦ ସୁରେଶ ପୂଜାରୀ ଓ ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଭୁବନେଶ୍ୱରସ୍ଥିତ ଡାକ୍ତରଖାନାକୁ ଯାଇ ଶ୍ରୀ ଆଚାର୍ଯ୍ୟଙ୍କୁ ସାକ୍ଷାତ କରି ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ବୁଝିବା ସହିତ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories