www.samajalive.in
Tuesday, December 9, 2025
16.1 C
Bhubaneswar

ସମ୍ବଲପୁର ବିଶ୍ବବିଦ୍ୟାଳୟ କର୍ମଚାରୀ ସଂଘ ପକ୍ଷରୁ ମନ୍ତ୍ରୀଙ୍କୁ ଦାବିପତ୍ର

 

ବୁର୍ଲା : ସମ୍ବଲପୁର ବିଶ୍ବବିଦ୍ୟାଳୟ କର୍ମଚାରୀ ସଂଘ ପକ୍ଷରୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ମନ୍ତ୍ରୀ ସମ୍ବଲପୁର ବିଶ୍ବବିଦ୍ୟାଳୟ ଗସ୍ତ କରିଥିବା ବେଳେ ଏହି ଦାବିପତ୍ର ପ୍ରଦାନ କରାଯାଇଥିଲା। ବିଶ୍ବବିଦ୍ୟାଳୟରେ କାର୍ଯ୍ୟରତ ୩୦ ଜଣ ତୃତୀୟ ଶ୍ରେଣୀ କର୍ମଚାରୀଙ୍କ ଚାକିରି ନିୟମିତ କରିବା ପାଇଁ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ସତ୍ତ୍ବେ ରାଜ୍ୟ ସରକାର ନିକଟରେ ଏହା ଅଟକି ରହିଛି। ସେହିପରି ୧୮ ଜଣ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଭାଗ୍ୟ ସମାନ ଅବସ୍ଥାରେ ରହିଛି। ବିଶ୍ବବିଦ୍ୟାଳୟରେ ଖାଲି ପଡ଼ିଥିବା ଅଣଶୈକ୍ଷିକ ପଦବୀ ପୂରଣ କରାଯାଉନାହିଁ। ଉତ୍କଳ ଓ ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଭଳି ଏମଏସିପି ଓ ଆରଏସିପି କାର୍ଯ୍ୟକାରୀ କରାଯାଉନାହିଁ। ତେଣୁ ଏଗୁଡ଼ିକୁ କାର୍ଯ୍ୟକାରୀ କରାଇବା ସହ ସଚିବାଳୟ ଢାଞ୍ଚାରେ କ୍ୟାଡର ବ୍ୟବସ୍ଥା ପୁନଃ କାର୍ଯ୍ୟକ୍ଷମ କରିବାକୁ ଦାବି କରାଯାଇଛି। ଦାବିପତ୍ର ପ୍ରଦାନ ବେଳେ ସଂଘର ସାଧାରଣ ସମ୍ପାଦକ ସତ୍ୟନାରାୟଣ କର, ବ୍ରଜ ବିହାରୀ ପଣ୍ଡା, ଦିଲୀପ ବଡ଼ପଣ୍ଡା, ବାବୁଲୁ ବିଶ୍ବାଳ, ଦିଲୀପ ରଥ, ପୁରୁଷୋତ୍ତମ ରାଉତ ଓ ଏସ.ଏସ ରାଉତ ଉପସ୍ଥିତ ଥିଲେ।

- Advertisement -

 

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories