www.samajalive.in
Wednesday, December 10, 2025
16.1 C
Bhubaneswar

ବିହାରର ୩ ଏକଜିଟ୍ ପୋଲରେ ପୁଣି ଏନଡିଏ ସରକାର

ପାଟଣା: ବିହାର ବିଧାନସଭା ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ବର୍ତ୍ତମାନ ଅନେକ ଟିଭି ଚ୍ୟାନେଲ୍ ଓ ଏଜେନ୍ସି ନିଜ ଏକଜିଟ୍ ପୋଲର ଫଳାଫଳ ଜାରି କରିବା ଆରମ୍ଭ କରିଦେଇଛନ୍ତି। ମୁଖ୍ୟ ସର୍ଭେ ଏଜେନ୍ସି ୨୪୩ ସିଟ୍ ବିଶିଷ୍ଟ ବିହାର ବିଧାନସଭା ଆସନର କଳ୍ପନା ଜଳ୍ପନା ଆରମ୍ଭ କରିଦେଇଛନ୍ତି। ମାଟରାଇଜ୍-ଆଇଏଏନଏସର ଏକଜିଟ୍ ପୋଲ୍ ସାମ୍ନାକୁ ଆସିଛି ଯେଉଁଥିରେ ଏନଡିଏକୁ ୧୪୭-୧୬୭ ତଥା ମହାମେଣ୍ଟକୁ ୭୦-୯୦ ଆସନ ମିଳିବା ଅନୁମାନ କରାଯାଉଛି। ପୋଲ୍ସ ଅଫ୍ ପୋଲ୍ସରେ ମଧ୍ୟ ଏନଡିଏ ୧୩୮-୧୫୫ ଆସନ ହାସଲ କରିବା ନେଇ ଆକଳନ କରାଯାଇଛି। ତେବେ ମହାମେଣ୍ଟକୁ ୮୨-୯୮, ଜନସୁରାଜକୁ ୦-୨ ଓ ଅନ୍ୟାନ୍ୟଙ୍କୁ ୩-୭ ଆସନ ମିଳିବା ଅନୁମାନ କରାଯାଇଛି। ପିପୁଲ୍ସ ଇନସାଇଟର ଏକଜିଟ୍ ପୋଲରେ ମଧ୍ୟ ଏନଡିଏକୁ ୧୩୩-୧୪୮ ସିଟ୍ ମିଳିବା ଆକଳନ କରାଯାଇଛି । ମହାମେଣ୍ଟ ଖାତାରେ ୮୭-୧୦୨ ଆସନ ଜିତୁଥିବା ଦେଖିବାକୁ ମିଳୁଛି। ଜନସୁରାଜକୁ ୦-୨ ସିଟ୍ ତଥା ଅନ୍ୟାନ୍ୟ ୩-୬ ଆସନ ମିଳିବା ଅନୁମାନ କରାଯାଉଛି। ଜେଭିସି ଏକଜିଟ୍ ପୋଲରେ ମଧ୍ୟ ଏନଡିଏକୁ ବମ୍ପର ବହୁମତ ମିଳୁଥିବା ନଜର ଆସୁଛି। ଏଥିରେ ଏନଡିଏକୁ ୧୩୫-୧୫୦ ସିଟ୍ ମିଳିବା ଅନୁମାନ କରାଯାଉଛି। ତେବେ ମହାମେଣ୍ଟକୁ ୮୮-୧୦୩ ସିଟ୍ ମିଳୁଥିବା ଦେଖାଯାଉଛି । ଅନ୍ୟାନ୍ୟ ଖାତାରେ ୩-୬ ସିଟ୍ ଜିତିବା ଅନୁମାନ କରାଯାଉଛି। ତେବେ ଏହି କଳ୍ପନା ଜଳ୍ପନା ୧୪ ନଭେମ୍ବରରେ ସ୍ପଷ୍ଟ ହେବ ଏବଂ କିଏ କ୍ଷମତାରେ ବସିବ ତାହା ଜଣାପଡିବ।

Hot this week

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

Related Articles

Popular Categories