ଜାଣନ୍ତୁ , ଭାରତରେ ଦୃଶ୍ୟମାନ ହେବ କି ନୁହେଁ ସୂର୍ଯ୍ୟପରାଗ..
ଭୁବନେଶ୍ବର: ଏପ୍ରିଲ ୮ ତାରିଖରେ ଏକ ବିରଳ ପୂର୍ଣ୍ଣ ସୂର୍ଯ୍ୟପରାଗ ସଙ୍ଗଠିତ ହେବ । ଏହି ମହାଜାଗତିକ ଘଟଣାଟି ଯୁକ୍ତରାଷ୍ଟ୍ର ଆମେରିକା, କାନାଡା, ମେକ୍ସିକୋର କେତେକ ଅଞ୍ଚଳରେ ପୂର୍ଣ୍ଣ ଭାବରେ ଦୃଶ୍ୟମାନ ହେବ। ଏହାର ପାଖ ଅଞ୍ଚଳରେ ଆଂଶିକ ସୂର୍ଯ୍ୟପରାଗ ଦେଖାଯିବ । ଏହା ଭାରତୀୟ ସମୟ ରାତି ୯ଟା ୧୨ ମିନିଟ୍ ରେ ଆରମ୍ଭ ହୋଇ ପରଦିନ ଭୋର୍ ୨ଟା ୨୨ ମିନିଟ୍ ସମୟରେ ଶେଷ ହେବ । ସର୍ବାଧିକ ପରାଗ ରାତି ୧୨ଟା ୪୭ ମିନିଟ୍ ସମୟରେ ଦେଖାଯିବ । ତେବେ ଏହି ପୂର୍ଣ୍ଣ ସୂର୍ଯ୍ୟପରାଗ ଭାରତର କୌଣସି ଅଞ୍ଚଳରେ ଦେଖାଯିବ ନାହିଁ।
Comments are closed.