ପୂର୍ବତନ ବାଚସ୍ପତି ସୂର୍ଯ୍ୟ ପାତ୍ର ଅସୁସ୍ଥ ; ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ପୂର୍ବତନ ବାଚସ୍ପତି ତଥା ବିଜେଡିର ବରିଷ୍ଠ ନେତା ସୂର୍ଯ୍ୟ ନାରାୟଣ ପାତ୍ର ଅସୁସ୍ଥ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁ ସେ ଚିକିତ୍ସିତ ହେଉଥିବା ଜଣାପଡିଛି । ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଶ୍ରୀ ପାତ୍ରଙ୍କର ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି।
ଶ୍ରୀ ପାତ୍ର ଗତକାଲି ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ । ପରେ ସେ ଅସୁସ୍ଥ ହୋଇ ପଡିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ପୂର୍ବତନ ବାଚସ୍ପତି ତଥା ଦଳର ବରିଷ୍ଠ ନେତା ଶ୍ରୀଯୁକ୍ତ ସୂର୍ଯ୍ୟ ନାରାୟଣ ପାତ୍ର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିଷୟରେ ଅବଗତ ହେଲି। ତାଙ୍କର ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।
— Naveen Patnaik (@Naveen_Odisha) June 5, 2022
Comments are closed.