www.samajalive.in
Saturday, December 13, 2025
14.1 C
Bhubaneswar

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ ଗୁରୁତର : ଆଶୁ ଆରୋଗ୍ୟ କାମନା କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ସମ୍ବଲପୁର : ପୂର୍ବତନ ଶ୍ରମମନ୍ତ୍ରୀ ତଥା ପୂର୍ବତନ ଭଟଲି ବିଧାୟକ ସୁଶାନ୍ତ ସିଂ ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି। ସେ କିଛି ବର୍ଷ ହେଲା ଜଟିଳ ସ୍ନାୟୁବିକ ଓ ଶ୍ବାସଜନିତ ରୋଗରେ ଆକ୍ରାନ୍ତ ଅଛନ୍ତି। ଗତକାଲି ଅପରାହ୍ନ ପ୍ରାୟ ୪ଟା ସମୟରେ ତାଙ୍କୁ ଭୁବନେଶ୍ବର ଆପୋଲୋ ହସପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କୁ ଆଇସିୟୁରେ ରଖାଯାଇଛି। ରବିବାର ବିଳମ୍ବିତ ରାତିରେ ତାଙ୍କ ଦେହ ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବରଗଡ଼ର ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଗତକାଲି ଭୋର ସମୟରେ ଭୁବନେଶ୍ବର ଆପୋଲୋରୁ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ତାଙ୍କୁ ଦିନ ସାଢ଼େ ୧୦ଟା ସମୟରେ ବରଗଡ଼ରୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଥିଲା। ତାଙ୍କ ସହିତ ସାନଭାଇ ସୁବ୍ରତ ସିଂ ଓ ପୂର୍ବତନ ବରଗଡ଼ ଜିଲା ଯୁବ ବିଜେଡି ସଭାପତି ପ୍ରଦ୍ୟୁମ୍ନ ତ୍ରିପାଠୀ ମଧ୍ୟ ଭୁବନେଶ୍ବର ଯାଇଛନ୍ତି। ଶ୍ରୀ ସିଂଙ୍କୁ ଆପୋଲୋରେ ଭର୍ତ୍ତି କରାଯିବା ବେଳେ ବରିଷ୍ଠ ବିଜେଡି ନେତା ଦେବୀପ୍ରସାଦ ମିଶ୍ର, ପ୍ରତାପ ଜେନା, ପ୍ରଦୀପ ଅମାତ, ଅତନୁ ସବ୍ୟସାଚୀ ଓ ଅରୁଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ୍‌ କରି ସୁଶାନ୍ତ ସିଂଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Hot this week

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

Related Articles

Popular Categories