www.samajalive.in
Sunday, December 14, 2025
19.1 C
Bhubaneswar

ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ଜିଲାସ୍ତରୀୟ ସୁଶାସନ ଦିବସ

କେନ୍ଦୁଝରଗଡ଼: ମହାନ ଜନନାୟକ ତଥା ଯଶସ୍ୱୀ କବି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜୟନ୍ତୀ ପାଳନ ଅବସରରେ ବୁଧବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଯାଇଛି। ଜିଲାପାଳ ବିଶାଲ ସିଂହଙ୍କ ଅଧ୍ୟକ୍ଷତାରେ ଦରବାରହଲଠାରେ ଆୟୋଜିତ ସମାରୋହରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଏବଂ କର୍ମଚାରୀ ରାଜ୍ୟ ବୀମା ବିଭାଗ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ମୁଖ୍ୟଅତିଥି ଭାବେ ଯୋଗଦେଇ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ତାଙ୍କ ଭଳି ଜନନାୟକ ଦେଶରେ ବିରଳ ବୋଲି ଅଭିହିତ କରିଥିଲେ। ବାଜପେୟୀଙ୍କ ଶାସନ କାଳରେ ଦେଶରେ ସ୍ୱଛତା, ଉତ୍ତରଦାୟିତ୍ୱ ଓ ସେବା ଗଣତନ୍ତ୍ରକୁ ଏକ ନୂତନ ରୂପ ପ୍ରଦାନ ସହ ପ୍ରକୃତ ସୁଶାସନର ଅୟମାରମ୍ଭ ହୋଇଥିବା ମନ୍ତ୍ରୀ ଶ୍ରୀ ଖୁଣ୍ଟିଆ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାୟକ, ତେଲକୋଇ ବିଧାୟକ ଡାକ୍ତର ଫକୀର ମୋହନ ନାୟକ ଓ କେନ୍ଦୁଝରଗଡ଼ ନଗରପାଳ ନିକୁ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବାଜପେୟୀଙ୍କ ଭଳି ରାଷ୍ଟ୍ରନୀତିଜ୍ଞ ଏବଂ ଉଚ୍ଚକୋଟିର ମାନବବାଦ ଚିନ୍ତାଧାରା ଆମ ସମସ୍ତଙ୍କୁ ସବୁବେଳେ ଉଦ୍‌‌ବୁଦ୍ଧ କରୁଥିବ ବୋଲି କହିଥିଲେ। ଧରଣୀଧର ବିଶ୍ୱବିଦ୍ୟାଳୟ କେନ୍ଦୁଝରର ଜନସମ୍ପର୍କ ଅଧିକାରୀ ତଥା ଓଡିଆ ଭାଷା ସାହିତ୍ୟ ବିଭାଗ ମୁଖ୍ୟ ସୁଧାକର ଦାଶ ମୁଖ୍ୟବକ୍ତା ଭାବେ ଯୋଗଦେଇ ରାଷ୍ଟ୍ରୀୟ ଚେତନାରେ ଉଦ୍‌‌ବୁଦ୍ଧ ଶ୍ରେଷ୍ଠ ରାଷ୍ଟ୍ରପୁରୁଷ ଭାବେ ଅଭିହିତ କରି ତାଙ୍କରି ଆଦର୍ଶରେ ଭାରତୀୟ ଗଣତନ୍ତ୍ର ଅନୁପ୍ରାଣିତ ହେବା ଉଚିତ୍‌‌ ବୋଲି କହିଥିଲେ। ଏହି ଅବସରରେ ମହାବିଦ୍ୟାଳୟସ୍ତରୀୟ ପ୍ରବନ୍ଧ ଓ ବକ୍ତୃତା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ଅତିଥିଗଣ ପୁରସ୍କୃତ କରିଥିଲେ। କେନ୍ଦୁଝର ବନଖଣ୍ଡ ଅଧିକାରୀ ଧନରାଜ ଏଚ.ଡି, ଆରକ୍ଷୀ ଅଧିକ୍ଷକ ନିତିନ କୁଶଲକର, ଅତିରିକ୍ତ ଜିଲାପାଳ ମନ୍ଦରଧର ମହଳିକ, ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ କୁମାର ନାଗଭୂଷଣ ପ୍ରମୁଖ ମଞ୍ଚାସୀନ ହୋଇଥିଲେ।

ପ୍ରାରମ୍ଭରେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ଅଭିନନ୍ଦନ ରାୟ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ ସହ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ପୂର୍ବାହ୍ନ ୧୦ଟାରେ ଦରବାରହଲଠାରେ କାବ୍ୟାଞ୍ଜଳି କାର୍ଯ୍ୟକାରୀ ସମିତି ପକ୍ଷରୁ ପାଟଣା ବିଧାୟକ ଶ୍ରୀ ନାୟକ ଓ ବିଜେପି ନେତା ରାଧାକାନ୍ତ ମହାନ୍ତଙ୍କ ଉପସ୍ଥିତିରେ ବାର୍ଷିକ ମୁଖପତ୍ର ଉନ୍ମୋଚନ ସହ ପ୍ରତିଭା ସମ୍ମାନ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିବା ବେଳେ ସହରରେ ଥିବା ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଦ୍ୱାରା ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories