www.samajalive.in
Friday, December 5, 2025
16.1 C
Bhubaneswar

ସମ୍ବଲପୁରୀ ଗାୟିକା ରୁକ୍ସାନାଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ଲୋ ପଏଜନ ଦେଇ ହତ୍ୟା ଅଭିଯୋଗ

ସମାଜ ଡିଜିଟାଲ ଡେସ୍କ: ସମ୍ବଲପୁରୀ ଗାୟିକା ରୁକ୍ସାନା ବାନୋଙ୍କ ସନ୍ଦେହଜନ ଭାବେ ମୃତ୍ୟୁ ଘଟିଛି। କଳାହାଣ୍ଡି ଜିଲା ଭବାନୀପାଟଣାର ରୁକ୍ସାନାଙ୍କ ମୃତ୍ୟୁକୁ ନେଇ ଏବେ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ୧୫ ଦିନ ତଳେ ବଲାଙ୍ଗିରରେ ଶୁଟିଂ ଚାଲିଥିଲାବେଳେ ସେ ରୁକ୍ସାନା ଅସୁସ୍ଥ ହୋଇପଡ଼ିଥିଲେ। ସେ ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇଥିବା କୁହାଯାଉଥିବାବେଳେ ପରିବାର ଲୋକେ ଏହାକୁ ଖଣ୍ଡନ କରିଛନ୍ତି।

ସ୍କ୍ରବ ଟାଇଫସ ନୁହେଁ, ସ୍ଲୋ ପଏଜନ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ପରିବାର ଲୋକେ ଅଭିଯୋଗ କରିଛନ୍ତି ଯେ, ସ୍ଲୋ ପଏଜନ ଦେଇ ତାଙ୍କୁ ହତ୍ୟା କରାଯାଇଛି। ହତ୍ୟା ପଛରେ ପଶ୍ଚିମଓଡ଼ିଶାର ଜଣେ ବିଶିଷ୍ଟ କଳାକାର ବା ଗାୟକଙ୍କ ହାତ ରହିଛି। ଯୋଜନାବଦ୍ଧ ଭାବେ ରୁକ୍ସାନାକୁ ହତ୍ୟା କରାଯାଇଛି ବୋଲି ସେମାନେ କହିଛନ୍ତି।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories