www.samajalive.in
Monday, December 15, 2025
26.1 C
Bhubaneswar

ଲୋକାର୍ପିତ ହେଲା ‘ସ୍ଵର୍ଗଦ୍ଵାର’ ଆପ୍ – ତିନୋଟି ଭାଷାରେ ମିଳିବ ସୂଚନା

ଡେସ୍କ: ଲୋକାର୍ପିତ ହୋଇଛି ‘ସ୍ଵର୍ଗଦ୍ଵାର’ ଆପ୍। ଶୁକ୍ରବାର ସନ୍ଧ୍ୟାରେ ପୁରୀ ଜିଲ୍ଲାପାଳ ବିଜୟ କୁମାର ଦାଶ ସ୍ଵର୍ଗଦ୍ଵାର ପରିସରରେ ସ୍ଵର୍ଗଦ୍ଵାର ମୋବାଇଲ ଆପ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ସ୍ଵର୍ଗଦ୍ଵାରକୁ ଆସୁଥିବା ଶବ ସଂଖ୍ୟା ବଢୁ ଥିବାରୁ ସହଜ ପଞ୍ଜିକରଣରେ ଏହା ସହାୟକ ହେବ ଏବଂ ସ୍ଵର୍ଗଦ୍ଵାରରେ ଦାହସଂସ୍କାର ସେବା ପାଇବାକୁ ଚାହୁଁଥିବା ବ୍ୟକ୍ତି ବିଶେଷ ଏହି ମୋବାଇଲ ଆପରୁ ସ୍ୱର୍ଗଦ୍ୱାରରୁ ମିଳୁଥିବା ସମସ୍ତ ସେବା ବିଷୟରେ ଜାଣି ପାରିବେ ଓ ପାଇ ପାରିବେ। ଏହି ଆପ ଓଡ଼ିଆ ହିନ୍ଦୀ ଓ ଇଂରାଜୀ ତିନୋଟି ଭାଷାରେ ଉପଲବ୍ଧ ହେବ। ଏହି ଅବସରରେ ଭାରତୀୟ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖା ପୁରୀ ତରଫରୁ ସ୍ଵର୍ଗଦ୍ଵାର ସେବା ସମିତିକୁ ଏକ ହାଇଡ୍ରୋଲିକ ଟ୍ରାକ୍ଟର ଡାଲା ପରିବହନ ସେବା ପାଇଁ ପ୍ରଦାନ କରାଯାଇଥିଲା।

https://play.google.com/store/apps/details?id=tech.swargadwar.app

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories