www.samajalive.in
Wednesday, December 10, 2025
14.1 C
Bhubaneswar

ଶ୍ବେତପର୍ଣ୍ଣାଙ୍କୁ ଏକଲବ୍ୟ ପୁରସ୍କାର

ଭୁବନେଶ୍ବର: ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବ୍ୟାଡମିଣ୍ଟନ ତାରକା ଶ୍ବେତପର୍ଣ୍ଣା ପଣ୍ଡା ୨୦୨୫ ମସିହାର ସମ୍ମାନଜନକ ୩୩ତମ ଏକଲବ୍ୟ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏକଲବ୍ୟ ପୁରସ୍କାର ଜୁରି କମିଟି ବିଭିନ୍ନ କ୍ଷେତ୍ରର ପ୍ରଖ୍ୟାତ ଜୁରି ସଦସ୍ୟଙ୍କୁ ନେଇ ଗଠିତ ଏକଲବ୍ୟ ପୁରସ୍କାର କମିଟି ଏକ ବୈଠକରେ ସର୍ବସମ୍ମତିକ୍ରମେ ଏହି ନିଷ୍ପତ୍ତି ନେଇଛି। ପୁରସ୍କାରର ଅଂଶସ୍ବରୂପ ଶ୍ବେତପର୍ଣ୍ଣାଙ୍କୁ ୭ ଲକ୍ଷ ଟଙ୍କା ନଗଦ ପୁରସ୍କାର ଏବଂ ଏକ ଟ୍ରଫି ପ୍ରଦାନ କରାଯିବ। ଏଥିସହ ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଭାରୋତ୍ତୋଳକ ପ୍ରୀତିସ୍ମିତା ଭୋଇ ଏବଂ ଟେନିସ୍‌ ଖେଳାଳି ଆହାନଙ୍କୁ ୧.୫ ଲକ୍ଷ ଟଙ୍କା ଲେଖାଏଁ ରାଶି ଓ ମାନପତ୍ର ପ୍ରଦାନ କରାଯିବ। ଆଗାମୀ ଏକଲବ୍ୟ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଏହି ପୁରସ୍କାର ଦିଆଯିବ।
ଭାରତର ପ୍ରମୁଖ ଫେରୋ ଆଲଏଜ୍‌ ଉତ୍ପାଦନକାରୀ କମ୍ପାନୀ ଇମ୍ଫା ଦ୍ୱାରା ପରିଚାଳିତ ଇଣ୍ଡିଆନ ମେଟାଲ୍ସ ପବ୍ଲିକ ଚାରିଟେବଲ୍‌ ଟ୍ରଷ୍ଟ (ଇମ୍ପାକ୍ଟ) ଦ୍ୱାରା ୧୯୯୩ ମସିହାରେ ଏକଲବ୍ୟ ପୁରସ୍କାର ପ୍ରତିଷ୍ଠା କରାଯାଇଥିଲା। ଜାତୀୟସ୍ତରର ବହୁ ପୁରସ୍କାର ସମାନ୍ତରାଳରେ ଏବେ ଏହା ଓଡ଼ିଶାର ସବୁଠାରୁ ମର୍ଯ୍ୟାଦାଜନକ କ୍ରୀଡ଼ା ସମ୍ମାନ ରୂପେ ଜଣାଶୁଣା। କ୍ରୀଡ଼ା କ୍ଷେତ୍ରରେ ବିଗତ ଦୁଇ ବର୍ଷ ମଧ୍ୟରେ ଉଲ୍ଲେଖନୀୟ ପ୍ରଦର୍ଶନ ନିମନ୍ତେ ଯୁବ ଓଡ଼ିଆ କ୍ରୀଡ଼ାବିତ୍‌ଙ୍କୁ ପ୍ରତିବର୍ଷ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ। ଏକଲବ୍ୟ ପୁରସ୍କାର କମିଟିର ଅଧ୍ୟକ୍ଷ ଏବଂ ଇମ୍ପାକ୍ଟର ଟ୍ରଷ୍ଟି ବୈଜୟନ୍ତ ପଣ୍ଡା କହିଛନ୍ତି, ଇମ୍ପାକ୍ଟ ସମାଜର ସାମଗ୍ରିକ କଲ୍ୟାଣରେ ଅବଦାନ ରଖିବା ସହିତ କ୍ରୀଡ଼ାରେ ଉତ୍କର୍ଷତାକୁ ଚିହ୍ନଟ ଏବଂ ପ୍ରେରଣା ଦେବା ପାଇଁ ନିରନ୍ତର ଚେଷ୍ଟା କରୁଛି। ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରରେ ପ୍ରଦର୍ଶନ କରିବାକୁ ରାଜ୍ୟର ଯୁବ କ୍ରୀଡ଼ାବିତଙ୍କୁ ଉତ୍ସାହିତ କରିବା ପାଇଁ ଏକଲବ୍ୟ ପୁରସ୍କାର ପ୍ରତିଷ୍ଠା କରାଯାଇଛି। ଏହି କାର୍ଯ୍ୟକ୍ରମଟି ଏକଲବ୍ୟ ପୁରସ୍କାର କମିଟିର ସଂଯୋଜକ ଅଶ୍ବିନୀ ପ୍ରସାଦ ମହାନ୍ତିଙ୍କ ଦ୍ୱାରା ଆୟୋଜିତ ହୋଇଥିଲା।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories