www.samajalive.in
Sunday, December 7, 2025
14.1 C
Bhubaneswar

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ

ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ ପୁରୁଣା ବହି ପଢ଼ିବେନାହିଁ। ସେମାନଙ୍କ ପାଇଁ ନୂଆ ବହିର ବ୍ୟବସ୍ଥା କରାଯିବ। ପ୍ରଥମଶ୍ରେଣୀରୁ ଆରମ୍ଭ କରି ଦ୍ୱାଦଶଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପାଠ୍ୟପୁସ୍ତକ ପରିବର୍ତ୍ତନ କରିବା ପାଇଁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ରାଜ୍ୟରେ ପ୍ରଥମରୁ ଦ୍ବାଦଶଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟପୁସ୍ତକ ବଦଳିବ। ଏହାର ପ୍ରସ୍ତୁତି ପ୍ରକ୍ରିୟା ପର୍ଯ୍ୟାୟକ୍ରମେ ଜାରି ରହିଥିବା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଶ୍ରୀ ଗଣ୍ଡ ଉଲ୍ଲେଖ କରିଛନ୍ତି, ରାଜ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ପରିଚାଳିତ ହେଉଥିବା ବିଦ୍ୟାଳୟ ଗୁଡ଼ିକର ପ୍ରଥମରୁ ଦ୍ବାଦଶଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟପୁସ୍ତକ ପରିବର୍ତ୍ତନ କରିବା ପାଇଁ ସରକାରଙ୍କ ପରିକଳ୍ପନା ରହିଛି। ପ୍ରଥମରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟପୁସ୍ତକ ଡ୍ରାଫ୍ଟ କରିବା ପାଇଁ କମିଟି ଗଠନ କରାଯାଇଛି। ପାଠ୍ୟପୁସ୍ତକ ଏବଂ ପାଠ୍ୟକ୍ରମ ବିକାଶ ପାଇଁ ବିଷୟ ବିଶେଷଜ୍ଞଙ୍କୁ ନେଇ କମିଟି ଗଠନ ହୋଇଛି। ଜାତୀୟ ପାଠ୍ୟକ୍ରମ ରୂପରେଖ (ଏନସିଏଫ)ର ସମାନ୍ତରାଳରେ ରାଜ୍ୟ ପାଠ୍ୟକ୍ରମ ରୂପରେଖ ପ୍ରସ୍ତୁତ କରିବା ତଥା ସ୍ଥାନୀୟ ପ୍ରସଙ୍ଗ ଯଥା- ଓଡ଼ିଶାର ସାଂସ୍କୃତିକ, ଭୌଗୋଳିକ, ଲଜିଷ୍ଟିକ୍ ବିଷୟବସ୍ତୁକୁ ଆବଶ୍ୟକତା ଅନୁସାରେ ପାଠ୍ୟପୁସ୍ତକରେ ସ୍ଥାନିତ କରିବାକୁ ସ୍ଥିରୀକୃତ ହୋଇଥିବା ମନ୍ତ୍ରୀ ଦର୍ଶାଇଛନ୍ତି। କେବେ ପିଲା ନୂଆ ପାଠ୍ୟପୁସ୍ତକ ପଢ଼ିବେ ‌େ‌ସ ସମ୍ପର୍କରେ କିଛି ସ୍ପଷ୍ଟ ହୋଇନି। ଶିକ୍ଷା ବ୍ୟବସ୍ଥାରେ ସମୟୋପଯୋଗୀ ସୁଧାର ଆଣିବା ଏବଂ ଛାତ୍ରଛାତ୍ରୀଙ୍କୁ ଉନ୍ନତମାନର ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ସରକାର ପାଠ୍ୟପୁସ୍ତକ ବଦଳାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହେଲେ ପ୍ରାଥମିକରୁ ଉଚ୍ଚ ମାଧ୍ୟମିକସ୍ତର ଯାଏଁ ସମସ୍ତ ଛାତ୍ରଛାତ୍ରୀ ନୂଆ ବହି ପଢ଼ିବାର ସୁଯୋଗ ପାଇବେ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories