www.samajalive.in
Wednesday, December 10, 2025
23.1 C
Bhubaneswar

ତ୍ରୁଟିଶୂନ୍ୟ ମ୍ୟାଚ୍‌ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର: ଅନ୍ତର୍ଜାତୀୟ କ୍ରୀଡା ଆୟୋଜନ କରିବାରେ ଓଡିଶାର ସୁନାମ ରହିଛି। କଟକ ବାରବାଟୀ ଷ୍ଟାଡିୟମ୍‌ରେ ପୂର୍ବରୁ ଅନେକ ଅନ୍ତର୍ଜାତୀୟ ମ୍ୟାଚ୍ ସୁବ୍ୟବସ୍ଥିତ ଭାବେ ଭାବେ ଆୟୋଜନ କରାଯାଇଛି। ତେଣୁ, ଆସନ୍ତା ଡିସେମ୍ବର ୯ ତାରିଖରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍ ଯେପରି ସୁବ୍ୟବସ୍ଥିତ ଓ ସୁନିୟନ୍ତ୍ରିତ ଭାବେ ଆୟୋଜିତ ହେବ ସେଥିପାଇଁ ସମସ୍ତ ବ୍ୟବସ୍ଥାକୁ ତୃଟିଶୂନ୍ୟ ଭାବେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପରାମର୍ଶ ଦେଇଛନ୍ତି।

ଆଜି ଲୋକସେବା ଭବନରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଟି-୨୦ ମ୍ୟାଚ୍ ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଓଡିଶା କ୍ରିକେଟ୍ ଆସୋସିଏସନ୍‌ ଓ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ ମାନଙ୍କୁ ଏହି ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କ୍ରିକେଟ୍ ଆମ ଦେଶର ଏକ ଅତ୍ୟନ୍ତ ଲୋକପ୍ରିୟ ଖେଳ। ତେଣୁ, ଏହି ମ୍ୟାଚ୍ ପ୍ରତି ସମଗ୍ର ଦେଶ ଓ ବିଶ୍ବର ନଜର ରହିବ। ତେଣୁ, ଏହା ଯେପରି ତୃଟିଶୂନ୍ୟ ଭାବେ ପରିଚାଳିତ ହେବ । ଏବଂ ଓଡିଶାର ମର୍ଯ୍ୟାଦା ସୁରକ୍ଷିତ ହେବ, ସେଥିପାଇଁ ସମସ୍ତେ ସଚେତନ ରହିବା ଆବଶ୍ୟକ।

- Advertisement -

ବୈଠକରେ ଓସିଏ ସମ୍ପାଦକ ଶ୍ରୀ ସଞ୍ଜୟ ବେହେରା ମ୍ୟାଚ୍‌ର ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ଟିକେଟ୍ କିଣାବିକା, ଦର୍ଶକ ମାନଙ୍କ ପାଇଁ ସୁବ୍ୟବସ୍ଥା, ନିରନ୍ତର ଲାଇଟିଙ୍ଗ ବ୍ୟବସ୍ଥା, ଷ୍ଟାଡିୟମ୍‌ର ଭିତ୍ତିଭୂମି ଓ ଅଗ୍ନି ନିର୍ବାପକ ବ୍ୟବସ୍ଥା, ପାର୍କିଂ ଏବଂ ଟ୍ରାଫିକ୍ ପରିଚାଳନା ଆଦି ବିଭିନ୍ନ ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲା।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣା; ଲୁଥ୍ରା ଭ୍ରାତାଙ୍କ ବିରୋଧରେ ବ୍ଲୁ କର୍ଣ୍ଣର ନୋଟିସ

ପାଣାଜୀ: ଗୋଆ ରାଜଧାନୀ ପାଣାଜୀସ୍ଥିତ ଏକ ନାଇଟ୍‌ କ୍ଲବରେ ଗତ ରବିବାର...

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

Related Articles

Popular Categories