www.samajalive.in
Monday, December 15, 2025
24.1 C
Bhubaneswar

ତ୍ରୁଟିଶୂନ୍ୟ ମ୍ୟାଚ୍‌ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର: ଅନ୍ତର୍ଜାତୀୟ କ୍ରୀଡା ଆୟୋଜନ କରିବାରେ ଓଡିଶାର ସୁନାମ ରହିଛି। କଟକ ବାରବାଟୀ ଷ୍ଟାଡିୟମ୍‌ରେ ପୂର୍ବରୁ ଅନେକ ଅନ୍ତର୍ଜାତୀୟ ମ୍ୟାଚ୍ ସୁବ୍ୟବସ୍ଥିତ ଭାବେ ଭାବେ ଆୟୋଜନ କରାଯାଇଛି। ତେଣୁ, ଆସନ୍ତା ଡିସେମ୍ବର ୯ ତାରିଖରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍ ଯେପରି ସୁବ୍ୟବସ୍ଥିତ ଓ ସୁନିୟନ୍ତ୍ରିତ ଭାବେ ଆୟୋଜିତ ହେବ ସେଥିପାଇଁ ସମସ୍ତ ବ୍ୟବସ୍ଥାକୁ ତୃଟିଶୂନ୍ୟ ଭାବେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପରାମର୍ଶ ଦେଇଛନ୍ତି।

ଆଜି ଲୋକସେବା ଭବନରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଟି-୨୦ ମ୍ୟାଚ୍ ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଓଡିଶା କ୍ରିକେଟ୍ ଆସୋସିଏସନ୍‌ ଓ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ ମାନଙ୍କୁ ଏହି ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କ୍ରିକେଟ୍ ଆମ ଦେଶର ଏକ ଅତ୍ୟନ୍ତ ଲୋକପ୍ରିୟ ଖେଳ। ତେଣୁ, ଏହି ମ୍ୟାଚ୍ ପ୍ରତି ସମଗ୍ର ଦେଶ ଓ ବିଶ୍ବର ନଜର ରହିବ। ତେଣୁ, ଏହା ଯେପରି ତୃଟିଶୂନ୍ୟ ଭାବେ ପରିଚାଳିତ ହେବ । ଏବଂ ଓଡିଶାର ମର୍ଯ୍ୟାଦା ସୁରକ୍ଷିତ ହେବ, ସେଥିପାଇଁ ସମସ୍ତେ ସଚେତନ ରହିବା ଆବଶ୍ୟକ।

- Advertisement -

ବୈଠକରେ ଓସିଏ ସମ୍ପାଦକ ଶ୍ରୀ ସଞ୍ଜୟ ବେହେରା ମ୍ୟାଚ୍‌ର ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ଟିକେଟ୍ କିଣାବିକା, ଦର୍ଶକ ମାନଙ୍କ ପାଇଁ ସୁବ୍ୟବସ୍ଥା, ନିରନ୍ତର ଲାଇଟିଙ୍ଗ ବ୍ୟବସ୍ଥା, ଷ୍ଟାଡିୟମ୍‌ର ଭିତ୍ତିଭୂମି ଓ ଅଗ୍ନି ନିର୍ବାପକ ବ୍ୟବସ୍ଥା, ପାର୍କିଂ ଏବଂ ଟ୍ରାଫିକ୍ ପରିଚାଳନା ଆଦି ବିଭିନ୍ନ ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲା।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories