www.samajalive.in
Saturday, December 13, 2025
14.1 C
Bhubaneswar

ହାଇଦରାବାଦରେ ତେଲଙ୍ଗାନା ପାଇଁ ନୂତନ ହାଇକୋର୍ଟ

ହାଇଦରାବାଦ : ତେଲଙ୍ଗାନା ପାଇଁ ନୂତନ ହାଇକୋର୍ଟ ନୂଆବର୍ଷଠାରୁ ହାଇଦ୍ରାବାଦରେ କାର୍ଯ୍ୟାରମ୍ଭ କରିଛି। କେନ୍ଦ୍ର ସରକାରଙ୍କ ବିଜ୍ଞପ୍ତି ଅନୁଯାୟୀ ଏହି ନୂଆ ହାଇକୋର୍ଟ ମଙ୍ଗଳବାରଠାରୁ କାର୍ଯ୍ୟକ୍ଷମ ହୋଇଛି।
ତେଲଙ୍ଗାନା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଟି.ବି.ଏନ୍‍. ରାଧାକ୍ରିଷ୍ଣନ୍‍ ଆଜି ଶପଥ ଗ୍ରହଣ କରିଛନ୍ତି। ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଇ.ଏସ୍‍.ଏଲ୍‍. ନରସିଂହନ୍‍ ମୁଖ୍ୟ ବିଚାରପତିଙ୍କ ସହ ୧୨ ଜଣ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ, ତେଲଙ୍ଗାନା ହାଇକୋର୍ଟର ବିଚାରପତିଗଣ ଓ ବରିଷ୍ଠ ଅଧିକାରୀମାନେ ହାଇଦ୍ରାବାଦର ରାଜଭବନରେ ଅନୁଷ୍ଠିତ ଏହି ଶପଥପାଠ ଉତ୍ସବରେ ଯୋଗ ଦେଇଥିଲେ।

Hot this week

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

Related Articles

Popular Categories