www.samajalive.in
Monday, December 8, 2025
14.1 C
Bhubaneswar

କନ୍ଧମାଳ କେନ୍ଦ୍ରୀୟ ବିଦ୍ୟାଳୟରେ ତବଲା ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଫୁଲବାଣୀ: କେନ୍ଦ୍ରୀୟ ବିଦ୍ୟାଳୟ କନ୍ଧମାଳଠାରେ ସୋମବାର ତବଲା ପ୍ରଶିକ୍ଷଣ ନିମିତ୍ତ ଏକ ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଦିଲ୍ଲୀର ଏକ ଏନଜିଓ ରୁଟ ଟୁ ରୁଟ ଏବଂ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଆନୁକୁଲ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବିହାର ପାଟଣାର ବିଶିଷ୍ଟ ତବଲା ବାଦକ ଗୁରୁ ନନ୍ଦନ କୁମାର ଠାକୁର ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ତବଲା ବାଦନ କୌଶଳ ଶିକ୍ଷା ଦେଇଥିଲେ । ଛାତ୍ରଛାତ୍ରୀମାନେ ତବଲା ବଜାଇବା କୌଶଳ ଶିଖିବା ସଙ୍ଗେ ସଙ୍ଗେ ମନୋରଞ୍ଜନ କରିଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ମହପାତ୍ର ସ୍ଵାଗତ ଭାଷଣ ଓ ଧନ୍ୟବାଦ ଦେଇଥିଲେ । ଭାରପ୍ରାପ୍ତ ଅଧ୍ୟକ୍ଷ ନାହାର ସିଂ ମିନା ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧିତ କରିଥିଲେ। ସଙ୍ଗୀତ ଶିକ୍ଷକ ନରେନ୍ଦ୍ର କୁମାର ବର୍ମା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories