www.samajalive.in
Monday, December 8, 2025
20.1 C
Bhubaneswar

ତାଳଚେର ଏମସିଏଲ୍ ହସ୍ପିଟାଲରେ କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ

ଭୁବନେଶ୍ୱର: ଅନୁଗୁଳ ଜିଲ୍ଲାରେ ବଢ଼ୁଥିବା କୋଭିଡ୍-୧୯ ମାମଲାକୁ ଦୃଷ୍ଟିରେ ରଖି ତାଳଚେର ସ୍ଥିତ ଏମସିଏଲ୍ ହସ୍ପିଟାଲକୁ କୋଭିଡ଼୍ ହସ୍ପିଟାଲରେ କାର୍ଯ୍ୟକ୍ଷମ କରିବା ସହ ଆନୁଷଙ୍ଗିକ ବ୍ୟବସ୍ଥା ହୋଇଛି। ତାଳଚେର ଏମ୍‌ସିଏଲ୍‌ରେ କୋଭିଡ୍‌ ହସ୍‌ପିଟାଲ୍‌ କାର୍ଯ୍ୟକ୍ଷମ ହୋଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଟ୍ୱିଟ୍ଯୋ ଗେ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ବର୍ତ୍ତମାନର କରୋନା ମହାମାରୀ ସମୟରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଭାରତ ସରକାର ଦେଶରେ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ୍ କରିବା ଦିଗରେ ପ୍ରାଥମିକତା ଦେଉଛନ୍ତି। ଏମଏସଏଲର ଏହି ପଦକ୍ଷେପ ଦ୍ୱାରା ଅନୁଗୁଳ ଜିଲ୍ଲା ତଥା ଆଖପାଖ ଅଞ୍ଚଳର କୋଭିଡ୍ ରୋଗୀମାନେ ବିଶେଷ ଭାବରେ ଉପକୃତ ହୋଇପାରିବେ।

 

- Advertisement -

ସୂଚନାଯୋଗ୍ୟ, ଗତ ଏପ୍ରିଲ ୨୦ ତାରିଖରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ପତ୍ର ଲେଖି ତାଳଚେର ସ୍ଥିତ ଏମସିଏଲ୍ ହସ୍ପିଟାଲକୁ କୋଭିଡ଼-୧୯ ହସ୍ପିଟାଲରେ କାର୍ଯ୍ୟକ୍ଷମ କରିବା ପାଇଁ ଅନୁରୋଧ କରିବା ସହ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଥିଲେ। ଦେଶରେ ଦ୍ରୁତ ଗତିରେ ବଢୁଥିବା କୋଭିଡ -୧୯ ର ମାମଲା ଗୁଡ଼ିକର ଚିକିତ୍ସା ପାଇଁ ସମସ୍ତ ଉପଲବ୍ଧ ସ୍ୱାସ୍ଥ୍ୟ ଭିତିଭୂମିକୁ ବୃଦ୍ଧି କରିବା ଆବଶ୍ୟକ। ତେଣୁ ଅନୁଗୁଳ ଜିଲ୍ଲାରେ କୋଭିଡ୍ ମାମଲା ବଢ଼ୁଥିବା ବେଳେ ଏଠାରେ ଜରୁରୀକାଳୀନ ମେଡ଼ିକାଲ ଭିତିଭୂମିକୁ କାର୍ଯ୍ୟକ୍ଷମ କରିବା ଅତ୍ୟନ୍ତ ଆବଶ୍ୟକ ବୋଲି ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଥିଲେ।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories