www.samajalive.in
Saturday, December 6, 2025
23.1 C
Bhubaneswar

ଇସ୍ତଫା ଦେଲେ ତେଲଙ୍ଗାନା ରାଜ୍ୟପାଳ ତାମିଲିସାଇ ସୌନ୍ଦରାରାଜନ

ହାଇଦରାବାଦ: ତେଲଙ୍ଗାନା ରାଜ୍ୟପାଳ ତାମିଲିସାଇ ସୌନ୍ଦରାରାଜନ ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ପୁଡୁଚେରୀ ରାଜଭବନ ପକ୍ଷରୁ ଜାରି ବୟାନରେ ସେ ଏହି କେନ୍ଦ୍ର ଶାସିତ ଅଞ୍ଚଳର ଉପରାଜ୍ୟପାଳ ପଦ ଛାଡ଼ିବା ନେଇ ମଧ୍ୟ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ୨୦୧୯ ମସିହା ନଭେମ୍ବର ମାସରେ ତାମିଲିସାଇ ସୌନ୍ଦରାରାଜନ ତେଲଙ୍ଗାନା ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିଲେ। ଏହାପରେ ୨୦୨୧ ମସିହା ଫେବୃଆରୀରେ ତାଙ୍କୁ ପୁଡୁଚେରୀ ଉପରାଜ୍ୟପାଳ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଥିଲା।

- Advertisement -

ଅପରପକ୍ଷେ, ତାମିଲିସାଇ ସୌନ୍ଦରାରାଜନ ତାମିଲନାଡୁରୁ ଏଥର ବିଜେପି ଟିକେଟ୍‌ରେ ନିର୍ବାଚନ ଲଢିପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି।

 

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories