www.samajalive.in
Sunday, December 7, 2025
14.1 C
Bhubaneswar

ତାମିଲ ଛାତ୍ରଙ୍କୁ ସ୍ବଦେଶ ଫେରାଇ ଆଣିବା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

ନୂଆଦିଲ୍ଲୀ: ୟୁକ୍ରେନରେ ଫସିଥିବା ତାମିଲ ଛାତ୍ରଙ୍କୁ ଫେରାଇ ଆଣିବା ଖର୍ଚ୍ଚ ବହନ କରିବେ ତାମିଲନାଡ଼ୁ ସରକାର। ଶୁକ୍ରବାର ଏନେଇ ଘୋଷଣା କରିଛନ୍ତି ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ୍‌। ଗତକାଲି କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କରଙ୍କୁ ପତ୍ର ଲେଖି ୟୁକ୍ରେନରେ ଫସି ରହିଥିବା ତାମିଲମାନଙ୍କୁ ଉଦ୍ଧାର କରିବାକୁ ଭାରତ ସରକାରଙ୍କୁ ଅନୁରୋଧ କରିଥିଲେ ମୁଖ୍ୟମନ୍ତ୍ରୀ ଷ୍ଟାଲିନ୍‌। ଆଜି ସେ ଘୋଷଣା କରିଛନ୍ତି ଯେ, ଛାତ୍ରମାନଙ୍କୁ ଫେରାଇ ଆଣିବାରେ ଯାହା ଖର୍ଚ୍ଚ ହେବ ତାହା ତାମିଲନାଡ଼ୁ ସରକାର ବହନ କରିବେ।

ଷ୍ଟାଲିନ୍‌ ତାଙ୍କ ପତ୍ରରେ ଲେଖିଥିଲେ ଯେ, ତାମିଲନାଡୁର ପ୍ରାୟ ୫୦୦୦ ଛାତ୍ର ଏବଂ ଅନ୍ୟ ପ୍ରବାସୀମାନେ ବର୍ତ୍ତମାନ ୟୁକ୍ରେନରେ ଫସି ରହିଛନ୍ତି। ସେଠାରେ ଫସିରହିଥିବା ଭାରତୀୟମାନଙ୍କୁ ଫେରାଇ ଆଣିବା ପାଇଁ ସ୍ୱତନ୍ତ୍ର ଉଡ଼ାଣ ମିଶନର ବ୍ୟବସ୍ଥା କରିବାକୁ ସେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। ତାମିଲ ଛାତ୍ରଛାତ୍ରୀଙ୍କ ବିମାନ ଉଡ଼ାଣ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories