www.samajalive.in
Sunday, December 7, 2025
14.1 C
Bhubaneswar

ମଦ ପିଇ ୧୦ ମୃତ ; ୧୦ଲକ୍ଷ ଲେଖାଏଁ ଅନୁକମ୍ପା ରାଶି

ଚେନ୍ନଇ : ବିଷାକ୍ତ ମଦ ପିଇ ତାମିଲନାଡୁ ଭିଲ୍ଲୁପୁରମ୍ ଜିଲାର ମାରାକ୍କାନାମ ଗ୍ରାମରେ ୧୦ଜଣଙ୍କର ମୃତ୍ୟୁ ହୋଇଛି । ଶନିବାର ରାତିରେ ଏହି ଅଘଟଣ ଘଟିଥିବାବେଳେ ଏହାର ତଦନ୍ତ ନିର୍ଦେଶ ଦିଆଯାଇଛି। ରିପୋର୍ଟ ଅନୁଯାୟୀ ମଦ ପିଇବା ପରେ ୧୬ଜଣ ଲୋକ ଅସୁସ୍ଥ ହୋଇପଡିଥିଲେ। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ ୧୦ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ଦୁଇଜଣ ପୁଲିସ ଅଧିକାରୀଙ୍କ ସମେତ ୩ଜଣଙ୍କୁ ନିଲମ୍ବନ କରାଯାଇଛି। ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ମୃତକଙ୍କ ପରିବାର ପିଛା ୧୦ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଏହା ସହିତ ଅସୁସ୍ଥ ବ୍ୟକ୍ତିଙ୍କୁ ୫୦ହଜାର ଟଙ୍କା ଲେଖାଏଁ ସହାୟତା ଦିଆଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories