www.samajalive.in
Friday, December 5, 2025
20.1 C
Bhubaneswar

ଶିଶୁଙ୍କ ଅନ୍ତର୍ନିହିତ ପ୍ରତିଭା ପରିପ୍ରକାଶ ପାଇଁ ସ୍ବତନ୍ତ୍ର ପଦକ୍ଷେପ ନିଆଯିବା ଆବଶ୍ୟକ

ରାମନାଗୁଡା: ରାୟଗଡ଼ା ଜିଲା ରାମନାଗୁଡା ବ୍ଲକ ଅଫିସ ନିକଟରେ ଥିବା ତାମ୍ପରଗୁଡା ପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ ଆହ୍ଲାଦ-୨୦୨୩ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିବପ୍ରସାଦ ଦଣ୍ଡସେନା ସ୍ବାଗତ ଭାଷଣ ଦେବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ଛାତ୍ରଛାତ୍ରୀଙ୍କ ଦ୍ବାରା ପୁଷ୍ପଗୁଚ୍ଛ ଦେଇ ଅତିଥିଙ୍କୁ ସ୍ବାଗତ କରାଯାଇଥିଲା। ଏହି ଉତ୍ସବରେ ଗୋଷ୍ଠୀ ଶିକ୍ଷାଧିକାରୀ ସୂଜନ ମଲ୍ଲିକ, ଓଡ଼ିଶା ଆର୍ଦଶବିଦ୍ୟାଳୟ ପ୍ରଧାନଶିକ୍ଷକ, ପାରିଖିତି ସମତିସଭ୍ୟା ଲକ୍ଷ୍ମୀ କାଡ୍ରାକା,ତାମ୍ପରଗୁଡା ୱାର୍ଡମେମ୍ବର ମକରଧ୍ବଜ ଧୋବା, ଆର୍ଦଶବିଦ୍ୟାଳୟ କଳାଶିକ୍ଷକ ଆଶୁତୋଷ ପାତ୍ର, ସାମ୍ବାଦିକ ରାକେଶ କୁମାର ବେହେରା, ବ୍ଲକ ଯୁବ ବିଜେଡି ସଭାପତି ସଞ୍ଜୟ ପ୍ରଧାନ ପ୍ରମୁଖ ମଞ୍ଚସୀନ ଥିଲେ। ପ୍ରଥମେ ଅତିଥି ମାନଙ୍କ ଦ୍ବାରା ପ୍ରଦୀପ ପ୍ରଜ୍ଵଳନ କରାଯାଇଥିଲା।

ଏହାପରେ ବିଦ୍ୟାଳୟର ଛାତ୍ରୀଙ୍କ ଦ୍ୱାରା ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରିଥିଲେ। ମୁଖ୍ୟ ଅତିଥି ରୂପେ ଯୋଗଦେଇ ଗୋଷ୍ଠୀ ଶିକ୍ଷାଧିକାରୀ ସୂଜନ ମଲ୍ଲିକ ନିଜ ବକ୍ତବ୍ୟରେ ରାଜ୍ୟରେ ଉତ୍କଳ ଦିବସ ପାଳନ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ଶିଶୁଙ୍କ ଅନ୍ତର୍ନିହିତ ପ୍ରତିଭା ପରିପ୍ରକାଶ କରାଯିବା ପାଇଁ ପଦେକ୍ଷପ ନିଆଯିବା ଆବଶ୍ୟକ। ଆହ୍ଲାଦ-୨୦୨୩ ସେମାନଙ୍କ ପ୍ରତିଭା ବିକଶିତରେ ସହାୟକ ହୋଇପାରିବ ବୋଲି କହିଥିଲେ। ବିଦ୍ୟାଳୟର ସର୍ବାଙ୍ଗୀନ ଉନ୍ନତି ପାଇଁ ସମସ୍ତଙ୍କ ସହଯୋଗରେ ପଦକ୍ଷେପ ନେବା ପାଇଁ ପ୍ରତିଶ୍ରୁତି ଦେଇଥିଲେ।

- Advertisement -

ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଦ୍ବାରା ନୃତ୍ୟ ପରିବେଷଣ କରାଯାଇଥିଲା। ଏହାପରେ କୃତି ପ୍ରତିଯୋଗୀଙ୍କୁ ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା। ପ୍ରାଥମିକବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଦ୍ବାରା ବିଭିନ୍ନ ନୃତ୍ୟ ପରିବେଷଣ କରାଯାଇଥିଲା।ଏହି କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ବିଭିନ୍ନ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories