www.samajalive.in
Monday, December 8, 2025
13.1 C
Bhubaneswar

ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ, ସ୍ବାସ୍ଥ୍ୟକେନ୍ଦ୍ରରେ ଇଞ୍ଜେକ୍‌ସନ ନଥିବା ଅଭିଯୋଗ

ଟାଙ୍ଗୀ(ଖୋର୍ଦ୍ଧା): ଟାଙ୍ଗୀ ବ୍ଲକ ଅନ୍ତର୍ଗତ ବଡ଼ପାରୀ ଗ୍ରାମରେ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବଡ଼ପାରୀ ଗ୍ରାମର କେଶବ ମହାରଣାଙ୍କ ପତ୍ନୀ ଅନସୂୟା ମହାରଣା। ପରିବାର ଲୋ‌େ‌କ ତାଙ୍କ ମୃତ୍ୟୁ ପାଇଁ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଦାୟୀ କରିଛନ୍ତି। ଏହି ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ପୁଲିସ ସେଠାରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ ମଧ୍ୟ ସେମାନେ ବୁଝିନଥିଲେ। ପରେ ସରପଞ୍ଚ ବୁଝାସୁଝା କରିବାରୁ ପରିସ୍ଥିତି ଶାନ୍ତ ପଡ଼ିଥିଲା।

ସୂଚନାନୁସାରେ, ରବିବାର ସକାଳେ ଅନସୂୟା ବାଡ଼ି ଓଳାଉ ଥିବାବେଳେ ଏକ ସାପ କାମୁଡ଼ି ଦେଇଥିଲା। ପରିବାର ଲୋକେ ତୁରନ୍ତ ଚିକିତ୍ସା ପାଇଁ ତାଙ୍କୁ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସ୍ବାସ୍ଥ୍ୟକେନ୍ଦ୍ରରେ ଅତ୍ୟାବଶ୍ୟକ ଔଷଧ, ଇଞ୍ଜେକ୍‌ସନ ଥିଲେ ମଧ୍ୟ ସମସ୍ତ ଔଷଧ ବାହାରୁ କିଣିବାକୁ ଜଣେ ଷ୍ଟାଫ ନର୍ସ କହିଥିଲେ। ପରିବାର ଲୋକ ବାହାରୁ ଔଷଧ ଆଣିବା ବେଳକୁ ସମ୍ପୃକ୍ତ ମହିଳାଙ୍କ ମୃତ୍ୟୁ ହୋଇଯାଇଥିଲା। ଚିକିତ୍ସାରେ ବିଳମ୍ବ ଯୋଗୁଁ ମହିଳାଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଥିଲେ। ଫଳରେ ଡାକ୍ତରଖାନା ପରିସରରେ ଉତ୍ତେଜନା

- Advertisement -

ପ୍ରକାଶ ପାଇଥିଲା। ବଡ଼ପାରୀ ସରପଞ୍ଚ ପ୍ରଫୁଲ୍ଲ କୁମାର ଦାସ ପହଞ୍ଚି ଫାର୍ମାସିଷ୍ଟଙ୍କୁ ସାପ କାମୁଡ଼ା ଔଷଧ ଓ ଇଞ୍ଜେକ୍‌ସନ ବାବଦରେ ପଚାରିଥିଲେ। ଚିଠାରେ ଲେଖାଥିବା ସମସ୍ତ ଔଷଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉପଲବ୍ଧ ଥିବା ସେ ସ୍ବୀକାର କରିଥିଲେ। ପରେ ଅଧୀକ୍ଷକ ଡା.ସତ୍ୟରଞ୍ଜନ ନନ୍ଦ ସେଠାରେ ପହଞ୍ଚି ସମସ୍ତ ଔଷଧ ମହଜୁଦ ଥିବା କହିଥିଲେ। ସମସ୍ତ ଔଷଧ ଥିବା ସତ୍ତ୍ବେ କାହିଁକି ନର୍ସ ଜଣକ ପରିବାର ଲୋକଙ୍କୁ ବାହାରୁ ଏହା ଆଣିବାକୁ କହିଲେ ବୋଲି ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏହାର ଉପଯୁକ୍ତ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ପରିବାର ଲୋକ ଦାବି କରିଛନ୍ତି। ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛି।

Hot this week

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

Related Articles

Popular Categories