www.samajalive.in
Sunday, December 14, 2025
26.1 C
Bhubaneswar

ତାରା ବାହିନୀପତି ୭ ଦିନ ପାଇଁ ଗୃହରୁ ନିଲମ୍ବିତ

ଭୁବନେଶ୍ବର : ତାରା ବାହିନୀପତି ୭ ଦିନ ପାଇଁ ଗୃହରୁ ନିଲମ୍ବିତ ହୋଇଛନ୍ତି । ତାରାଙ୍କ  ବିଶୃଙ୍ଖଳିତ ଆଚରଣ ପାଇଁ ତାଙ୍କୁ ନିଲମ୍ବନ କରିଛନ୍ତି ବାଚସ୍ପତି । ଗତକାଲି ବିଧାନସଭାରେ ବାଚସ୍ପତିଙ୍କ ପୋଡ଼ିୟମ ମାଇକ୍ ଭାଙ୍ଗିଥିଲେ ତାରା । ଆଜି ମଧ୍ୟ ଗୃହରେ ହଙ୍ଗାମା କରିଥିଲେ ତାରା ବାହିନୀପତି । ବିଧାନସଭାରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିଥିବାବେଳେ ଦୁଇ ବିଧାୟକ ଜୟନାରାୟଣ ମିଶ୍ର ଏବଂ ତାରା ବାହିନୀପତିଙ୍କ ମଧ୍ୟ ହାତାହାତି ପରିସ୍ଥିତି ଉପୁଜିଥିଲା।  ପ୍ରବଳ ହଙ୍ଗାମା ଯୋଗୁଁ ଗୃହ ଚାଲିପାରିନଥିଲା ।  ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ଦଳ କଂଗ୍ରେସ ଓ ବିଜେଡିର ହୋହାଲ୍ଲା କରିଥିବା ଦେଖିବାକୁ ମିଳିଥିଲା।  ଉଭୟ ବିରୋଧୀ ଦଳର ସଦସ୍ୟମାନେ ପୋଡିୟମ୍ ଉପରକୁ ଚଢିବାକୁ ଉଦ୍ୟମ କରିଥିଲେ।  ଜୟ ନାରାୟଣ ପ୍ରସଙ୍ଗ ଉଠାଇ ବିଜେଡି ପ୍ରତିବାଦ କରିଥିଲା। ଏବଂ ନାରୀ ନିର୍ଯାତନା ପ୍ରସଙ୍ଗକୁ ନେଇ କଂଗ୍ରେସ ଗୃହରେ ହଙ୍ଗାମା କରିଥିଲା । ଏପରିକି ରିପୋର୍ଟରଙ୍କ ଟେବୁଲ ଉପରେ ଚଢି କଂଗ୍ରେସ ବିଧାୟକମାନେ ପ୍ରତିବାଦ କରିଥିଲେ। ଅନ୍ୟପଟେ ନିଲମ୍ବିତ ତାରା ରାତିସାରା ଗାନ୍ଧୀ ମୂର୍ତ୍ତି ତଳେ ପ୍ରତିବାଦ କରିବେ ବୋଲି ସୂଚନା ଦେଇଛନ୍ତି । ଦଳୀୟ ବିଧାୟକମାନେ ପ୍ରତିକ୍ରିୟା ରଖି ଗଣତନ୍ତ୍ରର ହତ୍ୟା କରାଯାଇଛି ବୋଲି କହିବା ସହ ନିଲମ୍ବନ ଉଠାଇବା ପାଇଁ ଦାବି କରିଛନ୍ତି ।

Hot this week

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

Related Articles

Popular Categories