www.samajalive.in
Saturday, December 6, 2025
23.1 C
Bhubaneswar

କଂଗ୍ରେସ ନିର୍ବାଚନ କମିଟିରେ ସ୍ଥାନ ପାଇନାହାଁନ୍ତି ସୁର ଓ ତାରା

ଭୁବନେଶ୍ୱର: ଏଆଇସିସି ପକ୍ଷରୁ ଓଡ଼ିଶା ପ୍ରଦେଶ କଂଗ୍ରେସ ନିର୍ବାଚନ କମିଟି ଘୋଷଣା କରାଯାଇଛି। କମିଟିରେ ଜଣେ ଅଧ୍ୟକ୍ଷଙ୍କ ସହ ୧୮ ଜଣ ସଦସ୍ୟ ସ୍ଥାନ ପାଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକ ନିର୍ବାଚନ କମିଟିର ଅଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି। ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ସମେତ ପୂର୍ବତନ ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ବିଜୟ ପଟ୍ଟନାୟକ, ସପ୍ତଗିରି ଉଲ୍ଲାକା, ଭକ୍ତଚରଣ ଦାସ, ସୁଶୀଳା ତିରିଆ, ଅନନ୍ତ ସେଠୀ, ଡ.ରାମଚନ୍ଦ୍ର ଖୁଣ୍ଟିଆ, ଶରତ ରାଉତ, ସନ୍ତୋଷ ସିଂ ସାଲୁଜା, ଅମିତା ବିଶ୍ୱାଳ, ଅଜୟନ୍ତୀ ପ୍ରଧାନ, ବିଶ୍ୱରଞ୍ଜନ ମହାନ୍ତି, ମାନସ ଚୌଧିରୀ, ସସ୍ମିତା ବେହେରା ଓ ଶୁଭେନ୍ଦୁ ମହାନ୍ତି କମିଟି ସଦସ୍ୟ ରହିଛନ୍ତି। କମିଟିରେ ବରିଷ୍ଠ ବିଧାୟକ ସୁରେଶ ରାଉତରାୟ ଓ ତାରା ବାହିନୀପତି ଏହି କମିଟିରେ ନାହାଁନ୍ତି। ଆସନ୍ତା ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଏଆଇସିସି ତରଫରୁ ଓଡ଼ିଶା ପ୍ରଦେଶ କଂଗ୍ରେସ ନିର୍ବାଚନ କମିଟି ଘୋଷଣା କରାଯାଇଛି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories