www.samajalive.in
Saturday, December 6, 2025
15.1 C
Bhubaneswar

ଭିଜିଲାନ୍ସ ପଞ୍ଝାରେ ଭାରପ୍ରାପ୍ତ ରାଜସ୍ବ ନିରୀକ୍ଷକ

ସୁନ୍ଦରଗଡ଼: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭାରପ୍ରାପ୍ତ ରାଜସ୍ବ ନିରୀକ୍ଷକ। ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ତହସିଲ ଅନ୍ତର୍ଗତ ତସଲାଡିହିର ଭାରପ୍ରାପ୍ତ ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ ବୁଧବାର ଜଣେ ଅଭିଯୋଗକାରୀଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।

ସୂଚନା ମୁତାବକ, ତସଲାଡିହିର ଭାରପ୍ରାପ୍ତ ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ ଜଣେ ବ୍ୟକ୍ତିଙ୍କ ଚାଷଜମିର କିସମ ପରିବର୍ତ୍ତନ କରି ବାସୋପଯୋଗୀ ଜମି କରିବା ନେଇ ରିପୋର୍ଟ ଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଅଭିଯୋଗକାରୀ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ଆଜି ଅଭିଯୋଗକାରୀ ଭାରପ୍ରାପ୍ତ ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀଙ୍କୁ ୫ ହଜାର ଟଙ୍କା ଲାଞ୍ଚ ଦେଉଥିବା ବେଳେ ପୂର୍ବ ଯୋଜନା ମୁତାବକ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲା। ଏଥିସହ ତାଙ୍କଠାରୁ ଲାଞ୍ଚ ଟଙ୍କା ମଧ୍ୟ ଜବତ କରାଯାଇଛି। ଏହାପରେ ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଲିଲି ଚୌଧୁରୀଙ୍କ ସୁନ୍ଦରଗଡ଼ ଜିଲ୍ଲାର ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଛି। ରାଉରକେଲା ଭିଜିଲାନ୍ସରେ ଏନେଇ ଏକ ମାମଲା ରୁଜୁ ହୋଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories