www.samajalive.in
Sunday, December 14, 2025
19.1 C
Bhubaneswar

ଶିକ୍ଷକଙ୍କ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚ ଶିକ୍ଷା ବିଭାଗ ଅଧିନରେ ବିଭିନ୍ନ ପ୍ରକାର ସରକାରୀ ଏବଂ ଅନୁଦାନପ୍ରାପ୍ତ ଓ ଅଣ- ଅନୁଦାନପ୍ରାପ୍ତ ବେସରକାରୀ ଶିକ୍ଷାନୁଷ୍ଠାନ ରହିଛି । ଏହି ଶିକ୍ଷାନୁଷ୍ଠାନ ଗୁଡିକର ବିଭିନ୍ନ ଶିକ୍ଷକ / ଅଧ୍ୟାପକ ଏବଂ କର୍ମଚାରୀ ସଂଘ ସେମାନଙ୍କର ବିଭିନ୍ନ ପ୍ରକାରର ଦାବୀ ସରକାରଙ୍କ ନିକଟରେ ଉପସ୍ଥାପନ କରିଆସୁଛନ୍ତି । ସେମାନଙ୍କର ଏହି ଦାବି ଉପରେ ବିଭିନ୍ନ ସମୟରେ ଆଲୋଚନା ମଧ୍ୟ କରାଯାଇଛି । ଏହାକୁ ରାଜ୍ୟ ସରକାର ଗୁରୁତ୍ଵର ସହ ବିଚାର କରି ଶିକ୍ଷକ/ ଅଧ୍ୟାପକ ଏବଂ କର୍ମଚାରୀମାନଙ୍କର ଦାବୀ ସମୂହର ଅନୁଶୀଳନ ନିମନ୍ତେ ଶ୍ରୀ ଅଶୋକ କୁମାର ତ୍ରିପାଠୀ, ଭାରତୀୟ ପ୍ରଶାସନିକ ସେବା (ଅବସର ପ୍ରାପ୍ତ) ଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଉକ୍ତ କମିଟି ୬ ମାସ ମଧ୍ୟରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories